Posted inଜାତୀୟ

ଜନସଂଖ୍ୟା ବୃଦ୍ଧି ରୋକିବା ପାଇଁ ଅଣାଯିବ ଦୁଇ ସନ୍ତାନ ଆଇନ: ଭାଗଓ୍ବତ

ଲକ୍ଷ୍ନୌ, ୧୮।୧: ଦେଶରେ ବୃଦ୍ଧି ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ଆର୍‌ଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତ ଦେଇଥିବା ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଉତ୍ତରପ୍ରଦେଶ ମୁରାଦାବାଦରେ ସଂଘ କାର୍ଯ୍ୟକର୍ତ୍ତାଙ୍କ ସହିତ ରୁଦ୍ଧଦ୍ୱାର ବୈଠକରେ ଯୋଗଦେଇ ଭାଗଓ୍ବତ ଦେଶରେ ଦୁଇ ସନ୍ତାନ ନିୟମ ଲାଗୁ କରାଯିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏକ ପ୍ରଶ୍ନର ଉତ୍ତରରେ ସଂଘର ପରବର୍ତ୍ତୀ କାର୍ଯ୍ୟ ଧାରା ଜନସଂଖ୍ୟା ନିୟନ୍ତ୍ରଣ ବୋଲି ସେ ସୂଚନା ଦେଇଛନ୍ତି। ରାମ ମନ୍ଦିର ନିର୍ମାଣ କରିବା ସଂଘର ମୁଖ୍ୟ ଏଜେଣ୍ଡା ଥିଲା। ଏବେ ଏକ ଭବ୍ୟ ମନ୍ଦିର ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହେବ ବୋଲି ଭାଗଓ୍ବତ କହିଛନ୍ତି। ରାମମନ୍ଦିର ଟ୍ରଷ୍ଟ୍‌ ପ୍ରତିଷ୍ଠା ହେବା ପରେ ସଂଘ ମନ୍ଦିର ନିର୍ମାଣ କାର୍ଯ୍ୟଠାରୁ ଦୂରେଇ ଯିବ। କାଶୀ ଏବଂ ମଥୁରାରେ ମନ୍ଦିର ନିର୍ମାଣ କରିବାର ଯୋଜନା ସଂଘର ଏଜେଣ୍ଡାରେ ନାହିଁ କିମ୍ବା ଭବିଷ୍ୟତରେ ସ୍ଥାନ ପାଇବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ କିଏ? କରାଟେରେ ପାଇଛନ୍ତି ବ୍ଲାକ ବେଲ୍ଟ, ଓଡ଼ିଶା ସହ ରହିଛି…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସମ୍ପ୍ରତି ତାଙ୍କ ଆନ୍ଦୋଳନ ଏବଂ ଅନଶନ ଯୋଗୁ ଚର୍ଚ୍ଚାରେ ଅଛନ୍ତି। ଇତିମଧ୍ୟରେ, ତାଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ ମଧ୍ୟ…

ପ୍ଲାଷ୍ଟିକ୍‌ ଦଉଡ଼ି ଟାଣି ଚାଲିଛି ଚଣ୍ଡିଆପଲ୍ଲୀ ଫେରିଘାଟ: ବିପଦରେ ଯାତ୍ରୀ

ମହାକାଳପଡ଼ା,୨୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା, ବ୍ଲକ୍‌, ତହସିଲ ଓ କଲେଜ ଏବଂ ମେଡିକାଲକୁ ଲୋକେ ବିଭିନ୍ନ ସମୟରେ ଯାତାୟାତ କରିଥାନ୍ତି। କିନ୍ତୁ ସେଠାକୁ ଯିବାକୁ…

ହାଇ ଭୋଲଟେଜ ତାର ସଂସ୍ପର୍ଶରେ ଆସିଲା ଜଗନ୍ନାଥଙ୍କ ରଥ, ୨ ଛାତ୍ର ମୃତ, ୭ ଗୁରୁତର

ରାଞ୍ଚି,୨୧।୭: ଝାଡ଼ଖଣ୍ଡ ଟୋରପା ଥାନା ଅଞ୍ଚଳର କୋଟେଙ୍ଗସେରାର ‘ମାଉସି ବାରି’ ନିକଟରେ ପ୍ରଭୁ ଜଗନ୍ନାଥଙ୍କ ରଥ ୧୧,୦୦୦ ଭୋଲ୍ଟର ହାଇ-ଟେନସନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ଦୁଇଜଣ…

ମହାକାଶରେ ମିଳିଲା ଶର୍କରା: ଖୋଲିବ ଜୀବନ ଉତ୍ପତ୍ତିର ରହସ୍ୟ

ନୂଆଦିଲ୍ଲୀ,୨୧।୭(ପି.ଟି): ମାନବ ଜୀବନର ଉତ୍ପତ୍ତିକୁ ନେଇ ଏବେ ମଧ୍ୟ ଗବେଷଣା ବନ୍ଦ ହୋଇନାହିଁ। ଜ୍ଞାନ ବିଜ୍ଞାନର କ୍ରମୋନ୍ନତି ସାଙ୍ଗକୁ ଏହି ଜୀବନ ଉତ୍ପତ୍ତିର ଗୂଢ଼ ରହସ୍ୟ ଖୋଲିବାକୁ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri