ଜନସଂଖ୍ୟା ସ୍ଥିରିକରଣ ପକ୍ଷ ପାଳନ: ବାହାରିଲା ସଚେତନତା ରଥ

ରଘୁନାଥପୁର, ୧୧। ୭ (ଡି.ଏନ.ଏ.)- ଜାତୀୟ ସ୍ବାସ୍ଥ୍ୟମିଶନ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆନୁକୂଲ୍ୟରେ ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜୁଲାଇ ୧୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଜନସଂଖ୍ୟା ସ୍ଥିରିକରଣ ପକ୍ଷ ପାଳନ ଅବସରରେ ଏକ ସଚେତନତା ରଥର ଶୁଭାରମ୍ଭ ଗୁରୁବାର ହୋଇଯାଇଛି। ଏହାଛଡା ବିଶ୍ୱ ଜନସଂଖ୍ୟା ଦିବସ ଉପଲକ୍ଷେ ପିଏଚଇଓ ରାନୁ ମହାପାତ୍ରଙ୍କ ପୌରୋହିତ୍ୟରେ ଏକ ସଚେତନତା ଧର୍ମୀ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁକାନ୍ତ କୁମାର ଦଳାଇ ଅତିଥି ଭାବେ ଉପସ୍ଥିତ ହୋଇ ଜନସଂଖ୍ୟା ସ୍ଥିରିକରଣ ପକ୍ଷ ପାଳନର ଉଦ୍ଦେଶ୍ୟ ଓ ଗୁରୁତ୍ୱକୁ ଉପଲବ୍ଧ କରି ସମସ୍ତ ମେଡିକାଲ ଷ୍ଟାଫ, ଜନସାଧାରଣଙ୍କ ମନରେ ସଚେତନତାର ମଞ୍ଜି ବୁଣି ପାରିଲେ ଏହା ସଫଳ ହୋଇପାରିବ ବୋଲି ମତପ୍ରକାଶ କରିଥିଲେ। ପରିବାର ନିୟୋଜନ ଏକ ମାନସିକ ଅଧିକାର। ପ୍ରତ୍ୟେକ ଦମ୍ପତି ର୍ଗ ନିରୋଧକ ପଦ୍ଧତି ଅପଣାଇ ସ୍ବାସ୍ଥ୍ୟକେନ୍ଦ୍ରରେ ମିଳୁଥିବା ବିଭିନ୍ନ ପ୍ରକାର ପରିବାର ନିୟୋଜନ ସେବା ସମ୍ପର୍କରେ ପ୍ରଥମେ ଅବଗତ ହେବା ଜରୁରୀ ଅଟେ। ଅନ୍ତରା, ଛାୟା ଭଳି ଇଞ୍ଜକସନଓ ଔଷଧ ବ୍ୟବହାର କରିବା ସହ ପ୍ରସବ ପରବର୍ତ୍ତୀ ଆଇୟୁସିଡି, ମହିଳା ଓ ପୁରୁଷ ବନ୍ଧ୍ୟାକରଣ ଭଳି ସ୍ଥାୟୀ ପଦ୍ଧତି କରାଇବା ସମ୍ପର୍କରେ ପିଏଚଇଓ ମହାପାତ୍ର ପରାମର୍ଶ ରଖିଥିଲେ। ଆଶା ଓ ମହିଳା ସ୍ବାସ୍ଥ୍ୟକର୍ମୀଙ୍କଠାରୁ ସୂଚନା ସଂଗ୍ରହ, ପ୍ରଥମ ସନ୍ତାନର ୩ ବର୍ଷ ପରେ ଦ୍ୱିତୀୟ ନିଷ୍ପତ୍ତି ଓ ସର୍ବପରେ ପ୍ରତ୍ୟେକ ଦମ୍ପତି ଦାୟିତ୍ୱର ସହ ନିଜ ସନ୍ତାନଙ୍କୁ ଗଢି ତୋଳିବା ପାଇଁ ବୈଠକରେ ଆହ୍ବାନ ଦିଆଯାଇଥିଲା। ଡା. ପ୍ରଭାସ କୁମା ତ୍ରିପାଠୀଙ୍କ ସମେତ ମହିଳା ସ୍ବାସ୍ଥ୍ୟକର୍ମୀ, ପୁରୁଷ ସ୍ବାସ୍ଥ୍ୟକର୍ମୀ ଆଶା ଓ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ମୁଖ୍ୟ ଚିକିତ୍ସାଧିକାରୀ ଦଳାଇ ପତାକା ଦେଖାଇ ସଚେତନତା ରଥ ପରିଭମଣର ଶୁଭାରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?