ଜନସାଧାରଣ ଶାନ୍ତି ଚାହାନ୍ତି, ହିଂସା ନୁହେଁ: ନିଶିକାନ୍ତ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଅରବିନ୍ଦ କେଜ୍‌ରିୱାଲଙ୍କ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ତୃତୀୟଥର ଦିଲ୍ଲୀ ବିଧାନସଭା ନିର୍ବାଚନରେ ସଫଳତା ପାଇଛି। ଦିଲ୍ଲୀ ବ୍ୟତୀତ ପଞ୍ଜାବ, ହରିୟାଣା, ଗୋଆ ଭଳି ରାଜ୍ୟରେ ଦଳର ସଙ୍ଗଠନ ରହିଛି। ଓଡ଼ିଶାରେ ମଧ୍ୟ ଦଳ କାର୍ଯ୍ୟ କରୁଛି। ନିର୍ବାଚନୀ ରାଜନୀତିରେ ଦଳ ସଫଳତା ପାଇ ନାହିଁ। ହେଲେ ରାଉରକେଲା, ବଲାଙ୍ଗୀର, ନୟାଗଡ଼, ରାୟଗଡ଼ା, ଭୁବନେଶ୍ୱରରେ ଦଳ ବିଭିନ୍ନ ସାମାଜିକ ସମସ୍ୟାକୁ ନେଇ ଆନ୍ଦୋଳନ ଜାରି ରଖିଛି। ଦିଲ୍ଲୀ ବିଜୟରେ ଓଡ଼ିଶାର ଏଏପି କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଭରି ଦେଇଛି। ମଙ୍ଗଳବାର ଫଳାଫଳ ପ୍ରକାଶ ପରେ ରାଜଧାନୀରେ ଥିବା ଦଳୀୟ କାର୍ଯ୍ୟାଳୟରେ ଉତ୍ସବର ପରିବେଶ ଦେଖିବାକୁ ମିଳିଥିଲା। ଏଏପି କର୍ମୀମାନେ ପରସ୍ପରଙ୍କୁ ଶୁଭେଚ୍ଛା ଜଣାଇବା ସହ ମିଠା ଖୁଆଇଥିଲେ। ରାଜ୍ୟରେ ଏଏପିର ଆବାହକ ଥିବା ନିଶିକାନ୍ତ ମହାପାତ୍ର କହିଛନ୍ତି ଯେ, ଜନସାଧାରଣ ଲୋକ ପ୍ରତିନିଧିଙ୍କୁ ସେମାନଙ୍କ ସେବା ପାଇଁ ଭୋଟ ଦିଅନ୍ତି। ଅରବିନ୍ଦ କେଜ୍‌ରିୱାଲଙ୍କୁ ମିଳିଥିବା ବହୁମତ ଦିଲ୍ଲୀବାସୀଙ୍କ ଉନ୍ନତି ପାଇଁ ଲଗାଗଲା। ଧର୍ମ,ଜାତିଗତ ବିଦ୍ୱେଷରେ ସେମାନଙ୍କୁ ଅଲଗା କରିବା ପାଇଁ ଚେଷ୍ଟା କରାଗଲା ନାହିଁ। ମୌଳିକ ଆବଶ୍ୟକତା(ବିଜୁଳି,ପାଣି, ସ୍ବାସ୍ଥ୍ୟ,ଶିକ୍ଷା)କୁ ଗୁରୁତ୍ୱ ଦିଆଗଲା। ତେଣୁ ଦିଲ୍ଲୀର ବିକାଶ ମଡେଲକୁ ପୁନର୍ବାର ଶାସନର ସୁଯୋଗ ମିଳିଥିବା ନିଶିକାନ୍ତ କହିଛନ୍ତି। ଦେଶରେ ଦେଖାଯାଇଥିବା ଅରାଜକତା ଏବଂ ଭାଜପାର ଅହଂକାର ବିରୋଧରେ ସାଧାରଣଜନତାଙ୍କ ସମର୍ଥନରେ ଲଢି ହୁଏ, ତାହା ପ୍ରମାଣିତ ହୋଇଯାଇଛି। ଜନସାଧାରଣ ଶାନ୍ତି ଚାହାନ୍ତି, ହିଂସା ନୁହେଁ ବୋଲି ଏଏପି ପକ୍ଷରୁ କୁହାଯାଇଛି। ଦିଲ୍ଲୀ ନିର୍ବାଚନରେ ରାଜ୍ୟରୁ ବହୁତ ଏଏପି କାର୍ଯ୍ୟକର୍ତ୍ତା ପ୍ରଚାରରେ ନିୟୋଜିତ ହୋଇଥିଲେ। ଦିଲ୍ଲୀରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ଏଏପି ସପକ୍ଷରେ ମନାଇବା ପାଇଁ ସେମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ଜଣାପଡିଛି। ଏହି ବିଜୟ ଆଗାମୀ ଦିନରେ ଓଡ଼ିଶାରେ କାର୍ଯ୍ୟକର୍ତ୍ତାଙ୍କୁ ଉତ୍ସାହିତ କରିବ ବୋଲି ନିଶିକାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri