ଜନସେବା କେନ୍ଦ୍ର ଖୋଲିବା ପାଇଁ ଟଙ୍କା ଆଦାୟ ଅଭିଯୋଗ ତଦନ୍ତ ନିର୍ଦ୍ଦେଶ ଦେଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର,୩ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଜନସେବା କେନ୍ଦ୍ର ଖୋଲିବା ପାଇଁ ମଞ୍ଜୁରୀ ଦେବାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି ା ଏପରିକି କେତେଜଣ ବ୍ୟକ୍ତିଙ୍କ ନାଁରେ ଜନସେବା କେନ୍ଦ୍ର କରିଦେବା ନେଇ ଅର୍ଥ କାରବାର ହୋଇଥିବା ଗଞ୍ଜାମ ଭିଏଲଇ ସୋସାଇଟି ପକ୍ଷରୁ ଅଭିଯୋଗ କରାଯାଇଛି ା ଏହି କାରବାରରେ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ଜିଲା ଇ-ଗଭର୍ନାନ୍ସର ଜଣେ ଅଧିକାରୀ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଉକ୍ତ ଅଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୪ଥର ଟଙ୍କା ଟ୍ରାନ୍ସଫର କରାଯାଇଛି ା ପ୍ରତି ପଞ୍ଚାୟତରେ ଗୋଟିଏ ଜନସେବା କେନ୍ଦ୍ର ଖୋଲିବା ନିୟମ ରହିଥିବା ବେଳେ ୨ରୁ ୩ଟି କେନ୍ଦ୍ର ଖୋଲିବାକୁ ଅନୁମତି ଦିଆଯାଇଛି ା ସୋମବାର ଏ ନେଇ ସମସ୍ତ ଟଙ୍କା ଦେଣ ସମ୍ବନ୍ଧୀୟ ପ୍ରମାଣପତ୍ରର ନକଲ ସହ ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀଙ୍କୁ ଭେଟି ଅଭିଯୋଗ କରାଯାଇଛି ା ଏହି ଅନିୟମିତତାର ତଦନ୍ତ ସହ ମଧ୍ୟବର୍ତ୍ତୀ ଚୁକ୍ତି ବନ୍ଦ କରିବା ପାଇଁ ଦାବି ହୋଇଛି ା କେତେଜଣ ଅଯୋଗ୍ୟ ବ୍ୟକ୍ତିଙ୍କୁ ମଧ୍ୟ ଜିଲାରେ ଜନସେବା କେନ୍ଦ୍ର ଖୋଲିବା ପାଇଁ ଅନୁମତି ଦିଆଯାଇଥିବା ଅଭିଯୋଗ ହୋଇଛି ା ବେଆଇନ୍‌ ଭାବେ ହ୍ବାଟସ୍‌ଆପ୍‌ ଗ୍ରୁପ୍‌ କରି ଗତ ଅଗଷ୍ଟ ୧୪ ତାରିଖରେ ବିଭିନ୍ନ ପଞ୍ଚାୟତ ଏବଂ ଏନଏସିରେ ସିଏସସି ଖୋଲିବା ପାଇଁ ବିଜ୍ଞାପନ ବାହାରିଥିଲା ା ଏଥିରେ ଜିଲାରୁ ୫୮୭ ଜଣ ଆବେଦନ କରିଥିବା ବେଳେ ୩୪୫ ଜଣ ସିଏସସି ପାଇଁ ମନୋନୀତ ହୋଇଥିଲେ ା ମନୋନୀତ ହୋଇଥିବା ୩୪୫ ଜଣଙ୍କ କାଗଜପତ୍ର ଯାଞ୍ଚ କରିବାକୁ ଦାବି କରାଯାଇଥିଲା ା ଛତ୍ରପୁର ଏନଏଏସିରେ ମଧ୍ୟ ସିଏସସି ପାଇଁ ମିଳିଥିବା ଲୋକଙ୍କ କାଗଜପତ୍ର ଉପରେ ତଦନ୍ତ କରିବାକୁ ଅନୁରୋଧ କରାଯାଇଥିଲା। ଏହାର ତଦନ୍ତ ଡେପୁଟି କଲେକ୍ଟର (ଜୁଡିସିଆଲ) କରିବେ ବୋଲି ଅତିରିକ୍ତ ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri