ଜନ୍ମଦିନରେ ଚାଲିଗଲା ଜୀବନ: ଟ୍ରକ୍‌ ଧକ୍କାରେ ମା’ଓ ପୁଅ ମୃତ

ଅନୁଗୋଳ ଅଫିସ, ୧୩।୧୨-ପୁଅର ଜନ୍ମଦିନ ଥିବାରୁ ଧରମ ଅଜାଙ୍କ ସହ ସ୍କୁଟିରେ ବୁଢ଼ୀ ଠାକୁରାଣୀ ମନ୍ଦିର ଆସିଥିଲେ ମା’ ଓ ପୁଅ। ସେଠାରେ ପୂଜାର୍ଚ୍ଚନା ସାରି ଘରକୁ ଫେରିବା ବେଳେ ପଛପଟୁ ଆସୁଥିବା ଏକ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେଇ ଚଢ଼ିଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ମା’ ଓ ପୁଅଙ୍କ ଜୀବନ ଚାଲିଯାଇଥିଲା। ଅନୁଗୋଳ ସହର ଦେଇ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଦଶହରା ପଡ଼ିଆଠାରେ ଗୁରୁବାର ଅପରାହ୍ନରେ ଘଟିଥିବା ଏହି ଦୁର୍ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ସେମାନେ ରାଜପଥ ଅବରୋଧ କରିବାରୁ କିଛି ସମୟ ପାଇଁ ଗାଡ଼ି ଚଳାଚଳ ଠପ୍‌ ହୋଇଯାଇଥିଲା।
ପ୍ରକାଶ ଯେ, ଅନୁଗୋଳ ଜିଲା ଜରପଡ଼ା ଥାନା ବାଲିପଟା ମାଟିଗାଡ଼ିଆ ଗ୍ରାମର କବିତା ସାହୁ(୩୪)ଙ୍କ ପୁଅ ଶୁଭମ(୮)ଙ୍କର ଆଜି ଜନ୍ମଦିନ ଥିଲା। ବହୁ ପୂର୍ବରୁ ଶୁଭମଙ୍କ ବାପାଙ୍କ ମୃତ୍ୟୁ ହୋଇଯାଇଥିବାରୁ କବିତା ପୁଅକୁ ଅତି ଆଦରରେ ବଢ଼ାଇଥିଲେ। ଜନ୍ମଦିନ ପାଇଁ ସେ ନାନା ପ୍ରସ୍ତୁତି ମଧ୍ୟ କରିଥିଲେ। ତେବେ ଅପରାହ୍ନରେ ମା’ ବୁଢ଼ୀ ଠାକୁରାଣୀଙ୍କ ଆଶୀର୍ବାଦ ନେବାକୁ ଧରମବାପା ବସନ୍ତ ସାହୁଙ୍କ ସହ ସେ ସ୍କୁଟି (ନଂ. ଓଡି୩୫ଏ- ୮୪୨୩)ରେ ପୁଅକୁ ନେଇ ଅନୁଗୋଳ ସହରସ୍ଥିତ ମନ୍ଦିରକୁ ଆସିଥିଲେ। ସେଠାରେ ପୂଜାର୍ଚ୍ଚନା ସାରି ଘରକୁ ଫେରୁଥିବା ବେଳେ ମନ୍ଦିରଠାରୁ ମାତ୍ର ଶହେ ମିଟର ଦୂରରେ ପଛରୁ ଆସୁଥିବା ଏକ ଟ୍ରକ୍‌ (ନଂ. ଓଡି୧୭ପି-୭୮୩୩) ସ୍କୁଟିକୁ ଧକ୍କା ଦେଇଥିଲା। କବିତା ଓ ଶୁଭମ ରାସ୍ତା ଉପରେ ପଡ଼ିଯିବାରୁ ଦ୍ରୁତଗତିରେ ଥିବା ଟ୍ରକ୍‌ ସେମାନଙ୍କ ଉପରେ ଚଢ଼ି ଯାଇଥିଲା। ବସନ୍ତ ରାସ୍ତା ପାର୍ଶ୍ୱକୁ ଛିଟିକି ପଡ଼ିଥିବାରୁ ସେ ଆହତ ହୋଇଥିଲେ। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକୋ କରିଥିଲେ। ତେବେ ଅନୁଗୋଳ ପୋଲିସ ପହଞ୍ଚି ବୁଝାଶୁଝା କରିବା ସହ ଦୁଇ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଥିଲା। ଏ ସଂକ୍ରାନ୍ତରେ ଥାନାରେ ଏକ ମାମଲା ରୁଜୁ କରାଯାଇଛି। ପୋଲିସ ଟ୍ରକ୍‌କୁ ଜବତ କରିଥିବାବେଳେ ଚାଳକ ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri