Posted inଖେଳ

ଜନ୍ମଦିନରେ ଶାସ୍ତ୍ରୀଙ୍କୁ କୋହଲିଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ,୨୭।୫: ଭାରତୀୟ କ୍ରିକେଟ କୋଚ୍‌ ରବି ଶାସ୍ତ୍ରୀ ବୁଧବାର ତାଙ୍କର ୫୮ତମ ଜନ୍ମ ଦିବସ ପାଳନ କରିଛନ୍ତି। ଏହି ଅବସରରେ ଅଧିନାୟକ କୋହଲି ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ବହୁତ ଲୋକ ଆତ୍ମବିଶ୍ୱାସୀ ହୋଇଥାନ୍ତି। ତେବେ ଖୁବ୍‌ କମ ଲୋକ ସାହସୀ ହୋଇଥାନ୍ତି। ଜନ୍ମ ଦିନର ଶୁଭେଚ୍ଛା। ଭଗବାନ ଆପଣଙ୍କୁ ଆଶୀର୍ବାଦ ଦିଅନ୍ତୁ ବୋଲି ଉଲ୍ଲେଖ କରି କୋହଲି ଟୁଇଟ୍‌ କରି ଶାସ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଟେଷ୍ଟ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ ମଧ୍ୟ ଟୁଇଟ୍‌ କରି ତାଙ୍କ ଅଭିନନନ୍ଦନ ଜଣାଇଛନ୍ତି। ଶାସ୍ତୀ କ୍ୟାରିୟରରେ ଭାରତ ପାଇଁ ୮୦ଟି ଟେଷ୍ଟ ଓ ୧୫୦ ଦିନିକିଆ ଖେଳିଛନ୍ତି। ଅନ୍ତର୍ଜାତୀୟ କ୍ୟାରିୟରରେ ଉଭୟ ଟେଷ୍ଟ ଓ ଦିନିକିଆରେ ସେ ୬, ୯୩୮ ରନ ସଂଗ୍ରହ କରିଛନ୍ତି। ସେ ମଧ୍ୟ ୨୮୦ଟି ଅନ୍ତର୍ଜାତୀୟ ଉଇକେଟ ହାସଲ କରିଛନ୍ତି। ସେ ୧୯୮୩ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ସଦସ୍ୟ ଥିଲେ। ୧୯୮୫ରେ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଓ୍ବଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ କ୍ରିକେଟରେ ଚାମ୍ପିୟନ ଅଫ୍‌ ଚାମ୍ପିୟନ ବିବେଚିତ ହୋଇଥିଲେ। ସେ ମଧ୍ୟ ପ୍ରଥମ ଶ୍ରେଣୀ କ୍ରିକେଟରେ ଗୋଟିଏ ଓଭରରେ ୬ଟି ଛକା ମାରି କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଗ୍ରାରୀ ସୋବର୍ସଙ୍କ ରେକର୍ଡର ସମକକ୍ଷ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri