ଜନ୍ମବେଦି ଯିବେ ଦାରୁଦିଅଁ

ପୁରୀ ଅଫିସ,୪ା୭: ସିଂହଦ୍ୱାରରେ ତିନିରଥ। ଭକ୍ତମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ରଥ, ପଥ, ଭକ୍ତ ସଭିଏଁ ପ୍ରସ୍ତୁତ। ଅପେକ୍ଷା କେବଳ କେତେବେଳେ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଦାରୁଦିଅଁ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପାଇବେ ମହାପ୍ରଭୁଙ୍କ ଦୁର୍ଲଭ ଦର୍ଶନ। ଦାରୁବ୍ରହ୍ମଙ୍କ ସ୍ପର୍ଶରେ ରଥ, ପଥ ହେବ ବ୍ରହ୍ମମୟ। ସଭିଏଁ ହେବେ ଏକାକାର। ଆଉ ରଥାରୂଢ ହୋଇ ଜନ୍ମବେଦି ଯିବେ ଚତୁର୍ଦ୍ଧାବିଗ୍ରହ।
ଗୁରୁବାର ଆଷାଢ ଶୁକ୍ଳ ଦ୍ୱିତୀୟାରେ ରଥାରୂଢ ହୋଇ ଦାରୁଦିଅଁ ଯିବେ ଗୁଣ୍ଡିଚା ମନ୍ଦିର। ଅଣସର ପରେ ନବଯୌବନ ଦର୍ଶନ ଦେଇ ନବଦିନାତ୍ମକ ଯାତ୍ରାରେ ଯିବା ଲାଗି ପ୍ରସ୍ତୁତ ହେଉଛନ୍ତି ମହାବାହୁ। ଏଥିପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି। ବୁଧବାର ସକାଳ ୭ଟା ୩୫ରେ ମଙ୍ଗଳ ଆଳତି ପରେ ଅନ୍ୟାନ୍ୟ ନୀତି ହୋଇଥିଲା। ରଥଖଳାରୁ ତିନିରଥଙ୍କୁ ସିଂହଦ୍ୱାର ଆଣିବା ପାଇଁ ପୂର୍ବାହ୍ନ ସାଢ଼େ ୧୧ଟାରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ହେବାକୁ ନୀତିନିର୍ଘଣ୍ଟ ହୋଇଥିଲା। ଠିକ୍‌ ସମୟରେ ଆଜ୍ଞାମାଳ ରଥଖଳାରେ ପହଞ୍ଚତ୍ଥିଲା। ପ୍ରଥମେ ବଡ଼ଠାକୁର, ପରେ ଜଗନ୍ନାଥ ଓ ଶେଷରେ ସୁଭଦ୍ରାଙ୍କ ରଥରେ ଆଜ୍ଞାମାଳ ବିଜେ ହୋଇଥିଲା। ଏହାପରେ ମଧ୍ୟାହ୍ନ ୧୨ଟା ୩୬ରେ ରଥଖଳାରୁ ସିଂହଦ୍ୱାର ଅଭିମୁଖେ ରଥଟଣା ଆରମ୍ଭ ହୋଇଥିଲା। ପରମ୍ପରା ଅନୁଯାୟୀ ପ୍ରଥମେ ନନ୍ଦିଘୋଷ, ପରେ ଦର୍ପଦଳନ ଏବଂ ଶେଷରେ ତାଳଧ୍ୱଜ ରଥ ସିଂହଦ୍ୱାରରେ ଲାଗିଥିଲା। ଏହାପରେ ତିନିରଥକୁ ଫୁଲରେ ସଜ୍ଜିତ କରାଯାଇଥିବାବେଳେ ରାତିରେ ଚାର ବନ୍ଧା ଯାଇ ରଥ ଉପରକୁ ସାରଥିଙ୍କୁ ନିଆଯାଇଥିଲା।
ସେପଟେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହଙ୍କ ପହୁଡ ଆଳତି ସରିବା ପରେ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହୋଇଥିଲା। ଦଇତାପତି ସେବକମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ଲାଗି ବାହୁଟକଣ୍ଟ ଏବଂ ସେନାପଟା ଲାଗି କରିଥିଲେ। ଗୁରୁବାର ସକାଳ ୯ଟାରେ ରଥ ପ୍ରତିଷ୍ଠା ପରେ ମଙ୍ଗଳାର୍ପଣ ହୋଇ ୯ଟା ୩୦ରେ ପହଣ୍ଡି ଆରମ୍ଭ ହେବ। ମଧ୍ୟାହ୍ନ ୧୨ଟା ୩୦ରେ ରଥକୁ ମଦନମୋହନ ବିଜେ କରିବେ। ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ଛେରାପହଁରା ନୀତି ବଢ଼ି ୪ଟା ସୁଦ୍ଧା ରଥଟଣା ଆରମ୍ଭ ଲାଗି ନୀତିନିର୍ଘଣ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri