ଜନ୍ମାଷ୍ଟମୀ ଲାଗି ସାକ୍ଷୀଗୋପାଳ ମନ୍ଦିର ଚଳଚଞ୍ଚଳ

ସାକ୍ଷୀଗୋପାଳ, ୨୨।୮(ଡି.ଏନ୍‌.ଏ.)-ସାକ୍ଷୀଗୋପାଳ ମନ୍ଦିରରେ ଶୁକ୍ରବାର ଶ୍ରୀକୃଷ୍ଣ ଜନ୍ମୋତ୍ସବ ସମାରୋହରେ ପାଳିତ ହେବ। ଏଥି ନିମନ୍ତେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପରମ୍ପରା କ୍ରମେ ମନ୍ଦିରରେ ଶିଶୁ କୃଷ୍ଣଙ୍କ ଜନ୍ମବିଧି ପାଳନ ନିମନ୍ତେ ଅଭିମନ୍ତ୍ରିତ ଜଳ କଳସ ପାଣିପୂଜା ଅନୁଷ୍ଠିତ ହୋଇଛି। ମନ୍ଦିରର ପୁରାଣ ପଣ୍ଡିତ, ପୁରୋହିତ, ପୂଜାପଣ୍ଡା, ପାଳିଆପତ୍ରୀ ଓ ଆପଟ ସେବାୟତ ପାଣିପୂଜାରେ ସାମିଲ ହୋଇଥିଲେ। ପ୍ରତିବର୍ଷ ପରି ମନ୍ଦିର ସିଂହଦ୍ୱାର ସମ୍ମୁଖରେ ସେବାୟତ ସଂଘ ଆନୁକୂଲ୍ୟରେ ବିଶ୍ୱଶାନ୍ତି ମହାଯଜ୍ଞ ନିମନ୍ତେ ଯଜ୍ଞ ମଣ୍ଡପରେ ବୈଦିକ ବ୍ରହ୍ମଣ ମଣ୍ଡଳୀ ଅଧିବାସ, ମଣ୍ଡପ ସଂସ୍କାର, ଘଟ ସ୍ଥାପନ ଓ ଅଗ୍ନି ସ୍ଥାପନ କରିଛନ୍ତି। ଅଧ୍ୟାତ୍ମିକ ଭଜନ ସମାରୋହ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ନିମନ୍ତେ ଆକର୍ଷଣୀୟ ମଞ୍ଚସଜ୍ଜା ଶେଷ ହୋଇଛି। ରବିବାର ନିଶାର୍ଦ୍ଧରେ ମନ୍ଦିରରେ ସ୍ବତନ୍ତ୍ର ପୂଜାର୍ଚ୍ଚନା, ଜନ୍ମବିଧି ପାଳନ, କୋରାଭୋଗ ଆଦି ଶିଶୁ କୃଷ୍ଣଙ୍କୁ ଦୋଳାୟମାନ କରାଯିବାର କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୂଚନାଯୋଗ୍ୟ ସାକ୍ଷୀଦେବାକୁ ବୃନ୍ଦାବନରୁ ଚାଲିଚାଲି ଆସିଥିବା ଗୋପାଳ ସାକ୍ଷୀଗୋପାଳ ଭାବରେ ବିରାଜମାନ ହୋଇଥିବାରୁ ଜନ୍ମାଷ୍ଟମୀ ଅବସରରେ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରଦ୍ଧାଳୁ ମାନଙ୍କର ସମାଗମ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri