ଜବତ ଗାଡିକୁ ଛାଡିଦେଇ ହରଡଘଣାରେ ପୋଲିସ

ସମ୍ବଲପୁର, ୩।୪ (ବ୍ୟୁରୋ)- ସମଗ୍ର ରାଜ୍ୟରେ କରୋନା କଟକଣା ଲାଗିଥିବା ବେଳେ ସମସ୍ତ ଉନ୍ନୟନମୂଳକ କାମ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ରହିଛି । ହେଲେ ସଚେତନ ଅଭାବ ଯୋଗୁ ସମ୍ବଲପୁର ଜିଲା ଗଡଲୁଇସିଂ ପଞ୍ଚାୟତ ଗହିରପାଲି ଗ୍ରାମର ଦୟାନିଧି ବଘାର ତାଙ୍କ ନିଜସ୍ବ ଜମିରେ ପୋଖରୀ ଖନନ କରୁଥିଲେ । ଖବର ପାଇଁ ଯୁଯୁମୁରା ପୋଲିସ ଓ ତହସିଲଦାର ସୁମନ ମିଞ୍ଜ ଚଢ଼ାଉ କରି ୪ଟି ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଥିଲେ । ଉକ୍ତ ଗାଡିଗୁଡିକୁ ପୋଲିସ ମୋଟା ଅଙ୍କର ଟଙ୍କା ନେଇ ଛାଡି ଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଜଣେ ସରପଞ୍ଚ ମଧ୍ୟସ୍ତ କରିଥିବା ଚର୍ଚ୍ଚା ହେଉଛି । ଏସ୍‌ପି କନୱର ବିଶାଳ ସିଂଙ୍କ ପାଖରେ ଅଭିଯୋଗ ହେଲାପରେ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି । ଏସପି ସିଂ ଜଣେ ଡିଏସପି ପାହ୍ୟାର ଅଧିକାରୀଙ୍କୁ ତଦନ୍ତ ଭାର ଦେଇଛନ୍ତି। ଶୁକ୍ରବାର ଯୁଯୁମୁରା ଥାନା ପୋଲିସ ଟାକ୍ଟର ଓ ଜେସିବି ମାଲିକ ଏବଂ ପୋଖରୀ ଖୋଳୁଥିବା ଦୟାନିଧିଙ୍କ ଘରକୁ ଯାଇ ଆପୋଷ ବୁଝାମଣା କରି ଅନୁରୋଧ କରିଥିବା ଜଣାପଡିଛି । ଏହି ଘଟଣାରେ ମୂଲଚାଲ ହେଉଥିବା ଅଡିଓ ଟେପ୍‌ ମଧ୍ୟ ଭାଇରାଲ ହୋଇଛି । ଅଭିଯୋଗରେ ୪ଟି ଟ୍ରାକ୍ଟର ଓ ପୋଖରୀ ଖୋଳୁଥିବା ଜମି ମାଲିକ ଦିବାକର ମୋଟ ୨୮ ହଜାର ଟଙ୍କା ଦେଇଥିବା ସ୍ବୀକାର କରିଛନ୍ତି । ସେହିରି ପୋଲିସ ପିସିଆର ଭ୍ୟାନରେ ଡିଜେଲ ପକାଇଥିବା ଅଭିଯୋଗ ହୋଉଛି । ବାଧ୍ୟତାମୂଳକ ଭାବେ ଗାଡିକୁ ମୁକାଳିବା ପାଇଁ ଟଙ୍କା ଦେଇଥିବା ସେ ସ୍ବୀକାର କରିଛନ୍ତି । ଅନ୍ୟପଟେ ପୋଲିସ ଜେସିବି ମାଲିକଙ୍କଠାରୁ ୫୦ ହଜାର ଟଙ୍କା ନେଇଥିବା ମଧ୍ୟ ଅଭିଯୋଗ ହେଉଛି । ତହସିଲଦାର ମିଞ୍ଜ ଅଭିଯୋଗ ପତ୍ରରେ ଦର୍ଶାଇଥିବା ଗାଡି ନମ୍ବର ଓ ପୋଲିସ ମାମଲା ରୁଜୁ କରିଥିବା ଗାଡି ନମ୍ବରର ତାଳମେଳ ରହୁନାହିଁ । ସେହିପରି ଟ୍ରାକ୍ଟର ଗୁଡିକର ଟ୍ରଲି ରେଜିଷ୍ଟ୍ରେସନ ହୋଇ ନ ଥିବା ବେଳେ କେତୋଟି ଗାଡିର ବୀମା, ପଲ୍ୟୁସନ ପ୍ରମାଣପତ୍ର ମଧ୍ୟ ନ ଥିବା ଜଣାପଡିଛି । ପୋଲିସ ପକ୍ଷରୁ ଦିଆଯାଇଥିବା ସୂଚନାରେ ଏକ ବାଇକ ନମ୍ବର ରହିଛି । କରୋନା କଟକଣା ଥିବା ସମୟରେ ଗାଡି ଜବତ କରିବା ପୋଲିସକୁ ଏକ ସଫଳତା ମିଳିଥିଲା । ଏହାକୁ ନେଇ ବିଭିନ୍ନ ମହଲରେ ସ୍ବାଗତ କରାଯାଇଥିଲା । ହେଲେ ପୋଲିସର ଏଭଳି କାର୍ଯ୍ୟକୁ ନେଇ ନିନ୍ଦା କରାଯାଇଛି । ତେଣୁ ଏହି ଘଟଣାକୁ ଉଚିତ ଭାବେ ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ କରାଯାଉ ବୋଲି ଅଞ୍ଚଳରେ ଦାବି ହେଉଛି । ତେବେ ଏ ସମ୍ପର୍କରେ ଯୁଯୁମୁରା ଥାନା ଅଧିକାରୀ ତାରାବତୀ ପ୍ରଧାନ କହିଛନ୍ତି ଯେ, ହାତୀ ଆକ୍ରମଣରେ ଗୋଟିଏ ପରିବାରର ୩ଜଣ ଓ ପାଣିରେ ବୁଡି ଜଣେ ମୃତ୍ୟୁ ଘଟିଥିବା ଘଟଣାରେ ଦୁଇ ଦିନ ହେଲା ସେ ତଦନ୍ତରେ ବ୍ୟସ୍ତ ରହିଥିଲେ। ଥାନାରେ କର୍ମଚାରୀ ଅଭାବ ରହିଛନ୍ତି। ତେଣୁ ସେହି ମାମଲାର ତଦନ୍ତରେ ବିଳମ୍ବ ହୋଇଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri