ଜବତ ଦସ୍ତାବିଜ ଫେରିପାଇବା ଉଦ୍ୟମ;ଟ୍ରିବ୍ୟୁନାଲଙ୍କ ଦ୍ୱାରସ୍ଥ ହେଲେ କୋଚ୍ଚରଙ୍କ କମ୍ପାନୀ

ନୂଆଦିଲ୍ଲୀ,୧୫-୫: ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ତଥା ଏମ୍‌ଡି ଚନ୍ଦା କୋଚ୍ଚର ଏବଂ ଦୀପକ କୋଚ୍ଚରଙ୍କ ସହ ଜଡ଼ିତ କମ୍ପାନୀ ନିଜର ଜବତ ହୋଇଥିବା ଦସ୍ତାବିଜ ଫେରିପାଇବା ଲାଗି ପ୍ରିଭେନ୍ସନ ଅଫ୍‌ ମନି ଲଣ୍ଡରିଂ ଆକ୍ଟ ଆପିଲେଟ ଟ୍ରିବ୍ୟୁନାଲଙ୍କ ଦ୍ୱାରସ୍ଥ ହୋଇଛି। ମାର୍ଚ୍ଚ ପହିଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପ୍ୟାସିଫିକ୍‌ କ୍ୟାପିଟାଲ ସର୍ଭିସେସ୍‌ ପ୍ରାଇଭେଟ ଲିମିଟେଡ ଏବଂ କ୍ୱାଲିଟି  ଟେକ୍ନୋ ଆଡ୍‌ଭାଇଜର୍ସ ପ୍ରାଇଭେଟ ଲିମିଟେଡ କମ୍ପାନୀରେ  ଚଢ଼ାଉ କରିଥିଲେ ଏବଂ ଦସ୍ତାବିଜ ଜବତ କରିଥିଲେ। ଚନ୍ଦା ଏବଂ ଦୀପକଙ୍କ ନିକଟରେ ଏହି ଦୁଇ କମ୍ପାନୀର ଶେୟାର ରହିଛି। ଉକ୍ତ ଦୁଇ କମ୍ପାନୀ ପକ୍ଷରୁ ବରିଷ୍ଠ ଓକିଲ ବିଜୟ ଅଗ୍ରଓ୍ବାଲ ଯୁକ୍ତି ଦର୍ଶାଇଥିଲେ ଯେ, ସିବିଆଇ ଦ୍ୱାରା ଚଳିତବର୍ଷ ଜାନୁୟାରୀ ୨୨ରେ ଦାଏର ହୋଇଥିବା ଏତଲାରେ ଉକ୍ତ ଦୁଇ କମ୍ପାନୀଙ୍କ ନାମ ନ ଥିଲା। କମ୍ପାନୀର ଲାପ୍‌ଟପ୍‌ ଓ ଇଲେକ୍ଟ୍ରୋନିକ ରେକର୍ଡ ଜବତ କରିବା କାରଣରୁ ଦୈନନ୍ଦିନ କାମ ବାଧାପ୍ରାପ୍ତ ହେଉଛି। ଅନ୍ୟପକ୍ଷରେ ମଙ୍ଗଳବାର ମଧ୍ୟ ଚନ୍ଦା ଓ ତାଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କୁ ଇଡି ଜେରା କରିଥିଲା। ସୂଚନାଥାଉ କି, ଭିଡିଓକନ ଗ୍ରୁପ୍‌କୁ ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ୧୮୭୫ କୋଟି ଟଙ୍କାର ଋଣ ପ୍ରଦାନ କରାଯାଇଥିଲା। ଏଥିରେ ଦୁର୍ନୀତି ହୋଇଥିବାର ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri