ବାରିପଦା ଅଫିସ,୧ା୧୧- ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ପକ୍ଷରୁ ଗତ ମଙ୍ଗଳବାର ରାତିରେ କୁଳିଅଣା ଥାନା ଅଧୀନ ଅସନଯୋଡ଼ା ନିକଟସ୍ଥ ଏକ ଢାବାରୁ ୧୮ କିଗ୍ରା ଓଜନର ଏକ ବଜ୍ରକାପ୍ତା ଜବତ କରାଯାଇଥିଲା। ଏହି ବଜ୍ରକାପ୍ତା ଗୁରୁବାର ସକାଳେ ଏକ ଶାବକ ଜନ୍ମ ଦେଇଛି। ଏନେଇ ପିଠାବଟା ରେଞ୍ଜର ଲକ୍ଷ୍ମୀଧର ବେହେରା ସୂଚନା ଦେଇଛନ୍ତି। ଏହି ଶାବକ ସୁସ୍ଥ ଥିବାବେଳେ କୋର୍ଟର ନିଷ୍ପତ୍ତି ପରେ ମା’ ବଜ୍ରକାପ୍ତା ଓ ଶାବକକୁ କେଉଁଠି ଛଡ଼ାଯିବ ସେ ନେଇ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ବାଦାମପାହାଡ଼ ଅଞ୍ଚଳରୁ ଏହି ବଜ୍ରକାପ୍ତା ଚାଲାଣ ହେଉଥିଲା। ଦୁଇଟି ଗାଡ଼ିରେ ୧୦ରୁ ଊର୍ଦ୍ଧ୍ୱ ଚାଲାଣକାରୀ ବାରିପଦା ହୋଇ କଲିକତା ଯିବା ଯୋଜନା କରିଥିଲେ। ସେଠାରେ ଏହି ବଜ୍ରକାପ୍ତାକୁ ବିକ୍ରି କରିବାର ଯୋଜନା ହୋଇଥିଲା। ତେବେ ଅସନଯୋଡା ଢାବାଠାରେ ଚାଲାଣକାରୀମାନେ ଖାଉଥିବାବେଳେ ମଙ୍ଗଳବାର ରାତି ପ୍ରାୟ ୯ ଟା ବେଳେ ପିଠାବଟା ରେଞ୍ଜର ଲକ୍ଷ୍ମୀକାନ୍ତ ବେହେରାଙ୍କ ନେତୃତ୍ୱରେ ଏକ ଟିମ୍ ଚଢ଼ାଉ କରି ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଗିରଫ କରିଥିବାବେଳେ ବଜ୍ରକାପ୍ତା ସହିତ ୨ ଟି ଚାରିଚକିଆ ଯାନ ଜବତ କରିଥିଲା। ଅଭିଯୁକ୍ତମାନଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
Archives


