ବାରିପଦା ଅଫିସ,୧ା୧୧- ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ପକ୍ଷରୁ ଗତ ମଙ୍ଗଳବାର ରାତିରେ କୁଳିଅଣା ଥାନା ଅଧୀନ ଅସନଯୋଡ଼ା ନିକଟସ୍ଥ ଏକ ଢାବାରୁ ୧୮ କିଗ୍ରା ଓଜନର ଏକ ବଜ୍ରକାପ୍ତା ଜବତ କରାଯାଇଥିଲା। ଏହି ବଜ୍ରକାପ୍ତା ଗୁରୁବାର ସକାଳେ ଏକ ଶାବକ ଜନ୍ମ ଦେଇଛି। ଏନେଇ ପିଠାବଟା ରେଞ୍ଜର ଲକ୍ଷ୍ମୀଧର ବେହେରା ସୂଚନା ଦେଇଛନ୍ତି। ଏହି ଶାବକ ସୁସ୍ଥ ଥିବାବେଳେ କୋର୍ଟର ନିଷ୍ପତ୍ତି ପରେ ମା’ ବଜ୍ରକାପ୍ତା ଓ ଶାବକକୁ କେଉଁଠି ଛଡ଼ାଯିବ ସେ ନେଇ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ବାଦାମପାହାଡ଼ ଅଞ୍ଚଳରୁ ଏହି ବଜ୍ରକାପ୍ତା ଚାଲାଣ ହେଉଥିଲା। ଦୁଇଟି ଗାଡ଼ିରେ ୧୦ରୁ ଊର୍ଦ୍ଧ୍ୱ ଚାଲାଣକାରୀ ବାରିପଦା ହୋଇ କଲିକତା ଯିବା ଯୋଜନା କରିଥିଲେ। ସେଠାରେ ଏହି ବଜ୍ରକାପ୍ତାକୁ ବିକ୍ରି କରିବାର ଯୋଜନା ହୋଇଥିଲା। ତେବେ ଅସନଯୋଡା ଢାବାଠାରେ ଚାଲାଣକାରୀମାନେ ଖାଉଥିବାବେଳେ ମଙ୍ଗଳବାର ରାତି ପ୍ରାୟ ୯ ଟା ବେଳେ ପିଠାବଟା ରେଞ୍ଜର ଲକ୍ଷ୍ମୀକାନ୍ତ ବେହେରାଙ୍କ ନେତୃତ୍ୱରେ ଏକ ଟିମ୍ ଚଢ଼ାଉ କରି ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଗିରଫ କରିଥିବାବେଳେ ବଜ୍ରକାପ୍ତା ସହିତ ୨ ଟି ଚାରିଚକିଆ ଯାନ ଜବତ କରିଥିଲା। ଅଭିଯୁକ୍ତମାନଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର
ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…
ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍ ପଣ୍ଡିତ
ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଘରୋଇ କଲେଜ ସିଲ୍ କଲା ପ୍ରଶାସନ, ତଦନ୍ତ ଆରମ୍ଭ
ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

