ଜବରଦଖଲରେ ରାଜାରାଜୁଡା ଅମଳର ବାବୁରକଟା

ଜାମଟିକ୍ରା,୧।୮(ଡି.ଏନ.ଏ): ବରଗଡ ଜିଲା ଅତାବିରା ବ୍ଳକ ବୁଗବୁଗା ପଞ୍ଚାୟତର ଜାମଟିକ୍ରା ଉପକଣ୍ଠରେ ଥିବା ୧୦୨ ଏକର ବିଶିଷ୍ଟ ବାବୁରକଟା ଏବେ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି । ସେହିପରି ରାଜାରାଜୁଡା ଅମଳର ଏହି ବିରାଟ କଟାର ଜରାଜୀର୍ଣ୍ଣ ଅବସ୍ଥା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଜଳ ସମସ୍ୟା ଦେଖାଦେଉଛି । ଏହାର ପୁନରୁଦ୍ଧାର ପାଇଁ ବାରମ୍ବାର ପ୍ରଶାସନୁ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ ।
ସୂଚନା ଅନୁସାରେ, ୧୦୨ ଏକର ପରିମିତ ବାବୁରକଟା ଜବରଦଖଲ ହୋଇ ଏବେ ମାତ୍ର ୨ ଏକର ଥିବ । ବାକିଜମି ଚାଷ ଜମି ପାଲଟିଛି । ଦିନ ଥିଲା ଏହି କଟାରେ ମାଛ ମାରି ଆଖପାଖ ଅଞ୍ଚଳର ଲୋକେ ନିଜ ଗୁଜରାଣ ମେଣ୍ଟାଉଥିଲେ ଏବଂ ଏହି କଟାର ପାଣି ଉପରେ ଲୋକେ ଧାନ ସହ ପନିପରିବା ଚାଷ ପାଇଁ ନିର୍ଭର କରୁଥିଲେ । ଏବେ କିନ୍ତୁ କଟାଟି ଶୁଖିଲା ପଡିଛି । ଏହି କଟାର ପୁନରୁଦ୍ଧାର ପାଇଁ ପ୍ରଶାସନର ଆନ୍ତରିକତା ନାହିଁ । କଟାଟି ବିଭିନ୍ନ ପ୍ରକାର ଦଳ ଓ ଘାସଲଟାରେ ଭର୍ତ୍ତି ହୋଇଥିବା ବେଳେ ପଙ୍କରେ ମଧ୍ୟ ପୋତି ହୋଇଗଲାଣି । ସେହିପରି କଟାର ଚତୁଃପାର୍ଶ୍ୱ ସଙ୍କୁୁଚିତ ହେଉଥିବା ବେଳେ ଜବରଦଖଲକାରୀ ମାଡିବସି ଚାଷ ଜମିରେ ପରିଣତ କଲେଣି । ବିରାଟକାୟ ଏହି ଐତିହାସିକ କଟାର ସୁରକ୍ଷା ପ୍ରତି ଦୃଷ୍ଟି ଦିଆ ନ ଗଲେ ଏହା ପୋତି ହୋଇଯିବା ସହ ସମ୍ପୂୂର୍ଣ୍ଣ ଭାବେ ଜବରଦଖଲକାରୀଙ୍କ କବ୍‌ଜାକୁ ଚାଲିଯିବ ବୋଲି ବୃଦ୍ଧିଜୀବୀମାନେ ମତ ପ୍ରକାଶ କରିଛନ୍ତି । ଏ ସମ୍ପର୍କରେ ଅତାବିରା ତହସିଲଦାର ହୃଦାନନ୍ଦ ଅଡାଙ୍କୁ ପଚାରିବାରୁ ବାବୁରକଟାକୁ ଜବରଦଖଲମୁକ୍ତ କରାଯିବା ଉପରେ ଦୃଷ୍ଟି ଦିଆଯିବ ବୋଲି କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?