ଜବରଦଖଲ ଉଚ୍ଛେଦ ଦାବିରେ ଗଣଧାରଣା

ଛେଣ୍ଡିପଦା,୧୯।୧(ସ୍ବ.ପ୍ର.) – ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ଗ୍ରାମ ଯାତ୍ରା ପଡ଼ିଆରୁ ଜବରଦଖଲ ଉଚ୍ଛେଦ ଦାବିରେ ଶନିବାର ଗ୍ରାମବାସୀ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ଏଥିଯୋଗୁ ତହସିଲ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହିତ ସେଠାରେ ଉତ୍ତେଜନା ଦେଖାଦେଇଛି।
ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଦୀର୍ଘବର୍ଷ ହେବ ବ୍ରାହ୍ମଣବିଲ ଗ୍ରାମର କଲ୍ୟାଣ ମଣ୍ଡପକୁ ଲାଗିଥିବା ସରକାରୀ ଜମିରେ ଉକ୍ତ ଗ୍ରାମର ୭ଟି ପରିବାର ଜବରଦଖଲ କରି ରହିଆସୁଛନ୍ତି। ଉକ୍ତ ଜମିକୁ ମଧ୍ୟ ଗ୍ରାମବାସୀ ଯାତ୍ରାପଡିଆ ଭାବେ ବ୍ୟବହାର କରୁଛନ୍ତି। ଦିନକୁଦିନ ଜବରଦଖଲ ବୃଦ୍ଧି ଯୋଗୁ ଯାତ୍ରା ପଡିଆରେ ବିଭିନ୍ନ ସାଙ୍ଗଠନିକ କାର୍ଯ୍ୟରେ ବାଧା ଉପୁଜୁଛି। ଏ ନେଇ ଗ୍ରାମବାସୀ ବହୁବାର ପ୍ରଶାସନ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରୁ ନାହିଁ। ଗ୍ରାମ୍ୟକମିଟି ବୈଠକ ଅନୁଯାୟୀ ଜାନୁୟାରୀ ୧୬ ମଧ୍ୟରେ ଉକ୍ତ ପଡ଼ିଆରୁ ଜବରଦଖଲ ଉଚ୍ଛେଦ କରା ନ ଗଲେ ୧୮ରୁ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଅର୍ନିଦ୍ଦିଷ୍ଟ କାଳ ଗଣଧାରଣା ଦିଆଯିବ ବୋଲି ଲିଖିତ ଭାବେ ପ୍ରଶାସନକୁ ଅବଗତ କରାଯାଇଥିଲା। ଶନିବାର ବ୍ରାହ୍ମଣବିଲ ଗ୍ରାମ ସଭାପତି ପ୍ରଫୁଲ୍ଲ କୁମାର ସାହୁଙ୍କ ନେତୃତ୍ୱରେ ଶତାଧିକ ଗ୍ରାମବାସୀ ତହସିଲ କର୍ଯ୍ୟାଳୟ ସମ୍ମୁଖରେ ଦୀର୍ଘ ୮ଘଣ୍ଟା ଧରି ଧାରଣା ଦେଇଥିଲେ। ହେଲେ କୌଣସି ପ୍ରଶାସନିକ ଅଧିକାରୀ ଧାରଣାସ୍ଥଳରେ ପହଞ୍ଚି ନ ଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ଦେଖାଦେଇଥିଲା। ପ୍ରତିବାଦରେ ଆସନ୍ତା ସୋମବାରଠାରୁ ତହସିଲ କାର୍ଯ୍ୟାଳୟକୁ ସମ୍ପୂର୍ଣ୍ଣ ଅଚଳ କରିଦେବା ସହିତ କାର୍ଯ୍ୟାଳୟ ସମ୍ମୁଖରେ ଦିବାରାତ୍ର ଗଣଧାରଣା ଦିଆଯିବ ବୋଲି ଗ୍ରାମବାସୀ ନିଷ୍ପତ୍ତି ନେଇଥିବା ସରପଞ୍ଚ ସୁଧାକର ବେହେରା ପ୍ରକାଶ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ ସଭାପତି ପ୍ରଫୁଲ୍ଲ କୁମାର ସାହୁ, ବ୍ରାହ୍ମଣବିଲ ସରପଞ୍ଚ ସୁଧାକର ବେହେରା, ସମିତି ସଭ୍ୟ ସୁନୀଲ କୁମାର ପ୍ରଧାନ, ବ୍ଲକର ପୂର୍ବତନ ଅଧ୍ୟକ୍ଷ କଳାକର ସାହୁ, ଗିରିଶ ଚନ୍ଦ୍ର ପ୍ରଧାନ,ଏସ୍‌ୟୁସିଆଇର ନବକିଶୋର ପ୍ରଧାନ, ରଣଜିତ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ଏ ସମ୍ପର୍କରେ ଛେଣ୍ଡିପଦା ତହସିଲଦାର ଡାନିଏଲ ଏକ୍କା କହିଛନ୍ତି, ବ୍ରାହ୍ମଣବିଲର ସରକାରୀ ଜମିରୁ ସମସ୍ତ ଜବରଦଖଲ ଉଚ୍ଛେଦ କରାଯିବ। ଏଥିପାଇଁ ସରକାରୀ ନିୟମ ଅନୁଯାୟୀ ପ୍ରକ୍ରିୟା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri