ପଦ୍ମପୁର, ୧୪ା୨(ଡି.ଏନ୍.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତର ବନ୍ଧସାହି ଠାରେ ସରକାରୀ ଜମି ଜବରଦଖଲ ଉଚ୍ଛେଦ ବେଳେ ଅତିରିକ୍ତ ତହସିଲଦାର ଓ ପୋଲିସକୁ ଦୁର୍ବ୍ୟବହାର ସହ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି।
ଏହି ଘଟଣାରେ ୩ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।
ଘଟଣାରୁ ପ୍ରକାଶ ଯେ, ଉକ୍ତ ଗ୍ରାମର ହରେକୃଷ୍ଣ ବାରିକ ସରକାରୀ ଜମି ଖାତା ୨୭୨ ଖସଡ଼ା ୬୫୭କୁ ଜବରଦଖଲ କରିଥିଲେ। ଫଳରେ ଗ୍ରାମକୁ ଦୀର୍ଘଦିନ ହେଲା ରାସ୍ତାନିର୍ମାଣ ହୋଇପାରିନଥିବା ବେଳେ ଗ୍ରାମବାସୀ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହି ଘଟଣାରେ ବାସୁଦେବପୁର ତହସିଲରେ ଜବରଦଖଲ ମାମଲା(ନଂ ୧୧୮/୧୯) ରୁଜୁ ହୋଇଥିଲା। ବୁଧବାର ଅତିରିକ୍ତ ତହସିଲଦାର ରାଧାକାନ୍ତ ବାରିକ, ନାୟକାଣିଡିହୀ ଥାନାଧିକାରୀ ଉମାଶଙ୍କର ନାୟକ, ଏଏସ୍ଆଇ ଦୀଲ୍ଲିପ କୁମାର ଦେହୁରୀ ଜବରଦଖଲ ଉଚ୍ଛେଦ ଲାଗି ଜେସିବି ନେଇ ଉକ୍ତ ଗ୍ରାମରେ ପହଞ୍ଚତ୍ଥିଲେ। ଏହି ସମୟରେ ଜବରଦଖଲକାରୀଙ୍କ ପରିବାର ଜେସିବି ସାମ୍ନାରେ ବସି ରହି ଉଚ୍ଛେଦ ପ୍ରକ୍ର୍ରିୟାକୁ ବିରୋଧ କରିଥିଲେ। ପୋଲିସ ସେମାନଙ୍କୁ ସେଠାରୁ ଉଠାଇବା ଲାଗି ଚେଷ୍ଟା କରିବାରୁ ସେମାନେ ଅଧିକାରୀ ଓ ପୋଲିସ କର୍ମଚାରୀଙ୍କୁ ଠେଙ୍ଗାରେ ପିଟିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଉତ୍ତେଜନା ବଢ଼ିବା ଖବର ପାଇ ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀ ଘଟଣା ସ୍ଥଳରେ ପହଞ୍ଚତ୍ଥିଲେ। ପୋଲିସ ଜବରଦଖଲକାରୀଙ୍କୁ ସେ ସ୍ଥାନରୁ ହଟାଇବା ସହ ୩ ଜଣଙ୍କୁ ଗିରଫ କରିଥିଲା। ସେମାନେ ହେଲେ ହରେକୃଷ୍ଣ ବାରିକ, ରବିମଣି ବାରିକ ଓ ରଜନୀ ବାରିକ। ଏହି ଘଟଣାକୁ ନେଇ ଅତିରିକ୍ତ ତହସିଲଦାର ପୋଲିସ ନିକଟରେ ଅଭିଯୋଗ କରିଥିଲେ। ଗ୍ରାମର ୫ ଜଣଙ୍କ ନାମରେ ପୋଲିସ ମାମଲା(ନଂ ୧୧/୨୦) ରୁଜୁ କରିଛି। ଗୁରୁବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ କହିଛନ୍ତି।
Posted inଆମ ଜିଲା ଖବର, ଭଦ୍ରକ View All
ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍; ମିଳିନି ପରିଚୟ…
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...
ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...
ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ…
ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...
ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...
ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି
ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...
ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’
ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ
ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...
କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….
ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...
Archives


