ଜବରଦସ୍ତ ଚାନ୍ଦା ଆଦାୟ:ରାଜ୍ୟର ବିଭିନ୍ନ ସ୍ଥାନରୁ ୧୩ ଗିରଫ

କଟକ ଅଫିସ, ୪ା୯:ଆରମ୍ଭ ହୋଇଛି ପାର୍ବଣ ଋତୁ। ତେଣୁ ସବୁଠି ଖୁସିର ମାହୋଲ। ତେବେ ଏହି ସୁଯୋଗରେ ପୂଜା ନାମରେ କେତେକ ଅସାଧୁ ଯୁବକ ବଳପୂର୍ବକ ଚାନ୍ଦା ଆଦାୟ କରୁଛନ୍ତି। ଏହାକୁ ନେଇ ଅନେକ ସମୟରେ ଅପ୍ରୀତିକର ଘଟଣା ଘଟିବାର ବହୁ ନଜିର ରହିଛି। ତେଣୁ ରାଜ୍ୟ ପୋଲିସ ପକ୍ଷରୁ ମଙ୍ଗଳବାର ଜବରଦସ୍ତ ଚାନ୍ଦା ଆଦାୟକାରୀଙ୍କୁ ଧରିବା ପାଇଁ ଅଭିଯାନ ଆରମ୍ଭ ହୋଇଛି। ୪ଟି ଜିଲାରେ ପୋଲିସ ପକ୍ଷରୁ ୫ଟି ମାମଲା ରୁଜୁ କରାଯାଇ ୧୩ ଜଣଙ୍କୁ ଗିରଫ କରାଯାଇଛି। ତନ୍ମଧ୍ୟରେ ଭୁବନେଶ୍ୱର ଖଣ୍ଡଗିରି ଥାନା ପକ୍ଷରୁ ଗୋଟିଏ ମାମଲା ରୁଜୁ ସହ ଜଣେ ବ୍ୟକ୍ତି ଏବଂ ରାୟଗଡ଼ା ଜିଲା ଚାନ୍ଦିଲି ଥାନାରେ ୨ଟି ମାମଲା ରୁଜୁ କରାଯାଇ ୭ଜଣଙ୍କୁ ଗିରଫ କରାଯାଇଛି। ସେହିପରି ସୁନ୍ଦରଗଡ଼ ଜିଲା ହେମଗିରି ଥାନା ପକ୍ଷରୁ ୪ ଓ ଢେଙ୍କାନାଳ ଜିଲାର କାମାକ୍ଷାନଗର ଥାନା ପକ୍ଷରୁ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି ବୋଲି ଡିଜିପି ବିଜୟ କୁମାର ଶର୍ମା ମଙ୍ଗଳବାର ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସାଧାରଣ ଯେପରି ପାର୍ବଣର ମଜା ଉଠାଇପାରିବେ ଏବଂ ଅସାମାଜିକ ବ୍ୟକ୍ତିଙ୍କୁ ସାବାଡ କରାଯାଇପାରିବ ସେଥିପ୍ରତି ପୋଲିସ ଗୁରୁତ୍ୱ ଦେଇଛି। ରାଜ୍ୟରେ ପାର୍ବଣ ସମୟରେ ଶାନ୍ତିଶୃଙ୍ଖଳା ରକ୍ଷା ସହ ସମସ୍ତ କାର୍ଯ୍ୟ ସୁଚାରୁ ରୂପେ ସମ୍ପନ୍ନ କରିବା ପାଇଁ ରାଜ୍ୟ ପୋଲିସ ପ୍ରସ୍ତୁତ ଅଛି ବୋଲି ଶର୍ମା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ବେଆଇନ ଓ ବଳପୂର୍ବକ ଚାନ୍ଦା ଆଦାୟକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଗତ ଶୁକ୍ରବାର ଡିଜିପି ଶର୍ମା ପୋଲିସ କମିଶନରଙ୍କ ସମେତ ରାଜ୍ୟର ସମସ୍ତ ଆରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri