ଦିଗପହଣ୍ଡି,୨୧ା୮(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କୟାଁନାଳ କ୍ଷୁଦ୍ର ଜଳସେଚନ ଯୋଜନା କେନାଲ ନିର୍ମାଣର ୧୮ ବର୍ଷ ବିତିଲା। ଚାଷୀ ନିୟମିତ ଜଳକର ପୈଠ କରୁଛନ୍ତି। କିନ୍ତୁ ଚାଷ ଜମିକୁ କେନାଲ ପାଣି ମାଡୁନି। କେନାଲ ଯୋଗେ ଚାଷୀଙ୍କ ଜମିକୁ ପାଣି ଯୋଗାଇ ଦେବା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ସାକ୍ଷାତ କରି ବି.ତୁରୁବୁଡ଼ି, ଲକ୍ଷ୍ମୀନାରାୟଣପୁର, ଝରିପଦର, ଦଶିପୁର, କାଣ୍ଡେଶ୍ୱର, ସାନଡୁମ୍ବୁଳା ଗ୍ରାମର ଚାଷୀବୃନ୍ଦ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିଛନ୍ତି। କାଣ୍ଡେଶ୍ୱର ପ୍ରାଥମିକ ସେବା ସମବାୟ ସମିତି ସଭାପତି କେ. ସଞ୍ଜୀବ କୁମାର ରେଡ୍ଡୀଙ୍କ ନେତୃତ୍ୱରେ ଏସ୍. ସୋମନାଥ ରେଡ୍ଡୀ, ଇ. ବିପ୍ରଚରଣ ଦୋରା, ଏସ୍. ସଲୀଲ ରେଡ୍ଡୀ, କେ. ତ୍ରିନାଥ ରେଡ୍ଡୀ, କେ. ଭାସ୍କର ରେଡ୍ଡୀ ପ୍ରମୁଖ ବି.ତୁରୁବୁଡ଼ି ଗ୍ରାମରେ ଆୟୋଜିତ ଜିଲାସ୍ତରୀୟ ମୋ ଗେହ୍ଲାଝିଅ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ଗଞ୍ଜାମ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ। ସେହିପରି ଘୋଡ଼ାହାଡ଼ ଜଳସେଚନ ଯୋଜନା ଅଧୀନ ଭୀମପୁର ୨୧ନଂ. କେନାଲକୁ ସମ୍ପ୍ରସାରଣ କରାଯାଇ ନରସିଂହପୁର ରାଜଘାଇକୁ ସଂଯୋଗ କରାଯାଇଛି। ଉକ୍ତ କେନାଲକୁ ଲକ୍ଷ୍ମୀନାରାୟଣପୁରରୁ ଦଶିପୁର ପାତ୍ରବନ୍ଧ ଓ କାଣ୍ଡେଶ୍ୱର ଗ୍ରାମ ଜାଗିଲି ବନ୍ଧ ସହ ସଂଯୋଗ କରି ସାନଡୁମ୍ବୁଳା ଗ୍ରାମ ବାସନାବନ୍ଧ ଯାଏ କେନାଲ ସଂଯୋଗୀକରଣ କରାଗଲେ ସମସ୍ତ ଗ୍ରାମର ଚାଷଜମି ଗୁଡ଼ିକୁ ପାଣି ଯୋଗାଇ ଦିଆଯାଇପାରିବ ବୋଲି ସ୍ମାରକପତ୍ରରେ ଉଲ୍ଲେଖ ରହିଛି। ଜିଲାପାଳ ଏନେଇ ଜଳସମ୍ପଦ ବିଭାଗ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରି ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ବି.ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ୧୯୯୭ରେ ପ୍ରତିଷ୍ଠା କରାଯାଇଛି । ଉକ୍ତ ହାଇସ୍କୁଲରେ ଶୌଚାଳୟ, ନଳକୂପ ଆଦି ନ ଥିବ ନେଇ ସ୍କୁଲ ପରିଚାଳନା କମିଟି ପକ୍ଷରୁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ସମସ୍ୟାର ସାମଧାନ ପାଇଁ ସେ ଉପସ୍ଥିତ ବିଡିଓ ହଳଧର ଶବରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍କୁ ଡରେନି ଏହି ସରକାର…’
ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...
ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…
ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...
ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ
ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍ପି ଡ. ସିଏମ୍ ରମେଶ...
ପ୍ରଭାକର ସ୍ମାରକୀ ଭଲିବଲ୍ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ
ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...
କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ
ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...
ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…
କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...
ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍
ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...
ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..
ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...
Archives


