ଜମିବାଡ଼ି ବିବାଦରୁ ଶିକ୍ଷକଙ୍କୁ ହତ୍ୟା: ବାପ,ପୁଅ ଗିରଫ

ରାଇରଙ୍ଗପୁର,୧୨ା୨(ଡି.ଏନ୍‌.ଏ.): ଜମିବାଡି ବିବାଦକୁ କେନ୍ଦ୍ର କରି ଜଣେ ଶିକ୍ଷକଙ୍କୁ ସୋମବାର ସନ୍ଧ୍ୟାରେ ଟାଙ୍ଗିଆରେ ହାଣି ନିର୍ମମ ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ଏକ ମାମଲା(ନଂ.୬/୨୦) ରୁଜୁ କରି ହତ୍ୟାକାରୀ ମୟୂରଭଞ୍ଜ ଜିଲା ଗୋରୁମହିଷାଣୀ ଥାନା ଅନ୍ତର୍ଗତ ଜାମବଣି ଗ୍ରାମର ମଦନ ମୁର୍ମୁ ଏବଂ ତାଙ୍କ ପୁଅ ଲାଲମୋହନ ମୁର୍ମୁଙ୍କୁ ଗିରଫ କରିଛି। ମୃତକ ହେଲେ ସୀମାନ୍ତ ଝାଡ଼ଖଣ୍ଡ ରାଜ୍ୟ ଡୁମୁରିଆ ଥାନା ଅନ୍ତର୍ଗତ ଲୁପୁଙ୍ଗଡ଼ିହି ଗ୍ରାମର ଶୁକଦେବ ମାରାଣ୍ଡି(୪୫)। ସେ ସ୍ଥାନୀୟ ଏକ ପ୍ରାଇମେରୀ ସ୍କୁଲରେ ଶିକ୍ଷକତା କରୁଥିଲେ। ଜାମବଣି ଗ୍ରାମ ରାସ୍ତା ପାର୍ଶ୍ୱ ବିଲରେ ମୃତଦେହ ପଡ଼ିଥିବା ଖବର ପାଇ ରାଇରଙ୍ଗପୁର ସର୍କଲ ଏସ୍‌ଡିପିଓ ସ୍ନେହାଶିଷ ସାହୁ ଏବଂ ଗୋରୁମହିଷାଣୀ ଥାନା ଅଧିକାରୀ ସବ୍‌ଇନ୍ସପେକ୍ଟର ଫନୀଭୂଷଣ ନାୟକ ମଙ୍ଗଳବାର ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ୍‌ ଟିମ୍‌ ଏବଂ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ କରିଥିଲେ। ରାଇରଙ୍ଗପୁର ହସ୍ପିଟାଲରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଜମିବାଡ଼ି ବିବାଦକୁ ନେଇ ଅଭିଯୁକ୍ତ ବାପ ପୁଅ ଶୁକଦେବଙ୍କୁ ହତ୍ୟା କରିଥିବା ପୋଲିସ କହିଛି। ବୁଧବାର ୨ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri