ଜମିବାଡ଼ି ବିବାଦ: ମହିଳାଙ୍କ ତଣ୍ଟିକାଟି ହତ୍ୟା; ସ୍ବାମୀ, ପୁଅ ଗୁରୁତର

ସୋନପୁର,୫ା୮(ନି.ପ୍ର.): ଜମିବାଡି ବିବାଦକୁ କେନ୍ଦ୍ର କରି ସୁବର୍ଣ୍ଣପୁର ଜିଲା ବିନିକା ଥାନା ଘୋଡାଧାର ଗ୍ରାମରେ ରବିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ହରିଜନବସ୍ତିର ପାଞ୍ଚେଶ୍ୱରୀ ଲୁହା(୫୦)ଙ୍କୁ ତଣ୍ଟିକାଟି ହତ୍ୟା କରାଯାଇଛି। ଆକ୍ରମଣରେ ପାଞ୍ଚେଶ୍ୱରୀଙ୍କ ସ୍ବାମୀ କଣ୍ଟିଆ ଲୁହା(୫୫) ଓ ପୁଅ ବାଲେଶ୍ୱର ଲୁହା(୨୩) ଗୁରୁତର ଆହତ ହୋଇଛନ୍ତି। କଣ୍ଟିଆଙ୍କ ମୁଣ୍ଡ ଓ ବାଲେଶ୍ୱରଙ୍କ ଶରୀରର ବିଭିନ୍ନ ସ୍ଥାନରେ ଚୋଟ ଲାଗିଛି। ବାପା ଓ ପୁଅ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଘଟଣାସ୍ଥଳରେ ପୋଲିସ ମୁତୟନ ହୋଇଛନ୍ତି। ପ୍ରକାଶ ଯେ, ସରକାରୀ ଜମିକୁ ନେଇ ବସ୍ତିର ଲୁହା ଓ ଭୋଇନା ପରିବାର ମଧ୍ୟରେ ଦୀର୍ଘବର୍ଷ ଧରି ବିବାଦ ଲାଗି ରହିଥିଲା। ଏହି ବିବାଦର ସମାଧାନ ପାଇଁ ମହାଦେବପାଲି ଫାଣ୍ଡି ଅଧିକାରୀ ବସନ୍ତ କୁମାର ରଥ ରବିବାର ସନ୍ଧ୍ୟାରେ ଉଭୟ ପକ୍ଷଙ୍କୁ ଡାକି ଆଲୋଚନା କରିଥିଲେ। ଫାଣ୍ଡିରୁ କଣ୍ଟିଆ ଲୁହା, ସ୍ତ୍ରୀ ପାଞ୍ଚେଶ୍ୱରୀ ଓ ପୁଅ ବାଲେଶ୍ୱର ବାଇକ୍‌ରେ ଘରକୁ ଫେରୁଥିବା ବେଳେ ଘୋଡାଧାର ପ୍ରାଥମିକ ବିଦ୍ୟାଳୟ ନିକଟରେ ପୂର୍ବରୁ ଲୁଚି ରହିଥିବା ଭୋଇନା ପରିବାରର ଅନ୍ୟ ସଦସ୍ୟମାନେ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରିଥିଲେ। ପାଞ୍ଚେଶ୍ୱରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଏହି ହତ୍ୟାକାଣ୍ଡ ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ଅଭିଯୁକ୍ତମାନେ ଫେରାର ଅଛନ୍ତି। ବିନିକା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ବିପୁଳ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri