ଜମିରେ ଏନ୍‌ଟିପିସି ପାଉଁଶ ପାଣି

କଣିହାଁ, ୧୩ା୯(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ଏନ୍‌ଟିପିସି ବିଦ୍ୟୁତ୍‌ ପ୍ରକଳ୍ପର ଆଶପଣ୍ଡ ପାଉଁଶ ପାଣି ଯୋଗୁ ଅଞ୍ଚଳବାସୀ ନାନା ସମସ୍ୟା ଭୋଗୁଛନ୍ତି। ମଙ୍ଗଳବାର ରାତିରେ ଆଶପଣ୍ଡରୁ ପ୍ରବଳ ମାତ୍ରାରେ ପାଉଁଶ ପାଣି ବାହାରି ମସୁଣିହତା ଗ୍ରାମର ପ୍ରାୟ ଦେଢ ଏକର ଜମିରେ ପଶିଛି। ଏଥିଯୋଗୁ ଫସଲ ନଷ୍ଟ ହେବାର ଆଶଙ୍କା ଉପୁଜିଛି। ଏ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି ପ୍ରତିବାଦରେ ମସୁଣିହତାର କ୍ଷତିଗ୍ରସ୍ତ ଚାଷୀମାନେ ବୁଧବାରଠାରୁ ଷ୍ଟେଜ ଓ୍ବାନ ପାଉଁଶ ପୋଖରୀ କାର୍ଯ୍ୟକୁ ଦିନବେଳା ବନ୍ଦ କରାଇ ଆନ୍ଦୋଳନ ଚଳାଇଛନ୍ତି। ଏଥିରେ ଗ୍ରାମର ୧୫ରୁ ଊର୍ଦ୍ଧ୍ୱ ପରିବାର ସାମିଲ ହୋଇଛନ୍ତି। କ୍ଷତିଗ୍ରସ୍ତ ଚାଷୀ ଟିକନ ସାହୁ, ଅଖିଳ ପ୍ରଧାନ, ପ୍ରମୋଦ ପ୍ରଧାନ, ନିତ୍ୟାନନ୍ଦ ପ୍ରଧାନ, ବିରଞ୍ଚି ଦେହୁରୀ, ଭାଗୁଡୁ କୋଇତା ପ୍ରମୁଖଙ୍କ ଅଭିଯୋଗ ମୁତାବକ, ଏନ୍‌ଟିପିସି ପାଉଁଶ ପୋଖରୀ ଅଭାବ ସତ୍ତ୍ୱେ ପ୍ରକଳ୍ପ ପୂର୍ଣ୍ଣ କାର୍ଯ୍ୟକ୍ଷମ ହେଉଛି। ସେଥିରୁ ବାହାରୁଥିବା ପାଉଁଶର ପରିଚାଳନା ଠିକ୍‌ ଭାବେ କରାଯାଉନାହିଁ। ବାଙ୍ଖୁଲି ନାଳ ଯୋଗେ ଟିକିରା ନଦୀକୁ ଏହି ପାଉଁଶ ଛାଡି ଦିଆଯାଉଥିବାରୁ ବ୍ରାହ୍ମଣୀ ନଦୀ ପ୍ରଦୂଷିତ ହେଉଛି। ସେହିପରି ରାସ୍ତାରେ ମଧ୍ୟ ପ୍ରକଳ୍ପ କର୍ତ୍ତୃପକ୍ଷ ପାଉଁଶ ପାଣି ଛାଡି ଦେଉଥିବାରୁ ଯାତାୟାତରେ ଅସୁବିଧା ହେଉଛି। ଏବେ ସିଧାସଳଖ ଚାଷ ଜମିରେ ଆସି ପାଉଁଶ ପାଣି ପଶିଛି। ତୁରନ୍ତ ଏହାର ସ୍ଥାୟୀ ପ୍ରତିକାର ସହ କ୍ଷତିପୂରଣ ପ୍ରଦାନ, ଠିକାସଂସ୍ଥାରେ ନିଯୁକ୍ତି ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ପ୍ରକଳ୍ପ ଜନ ସମ୍ପର୍କ ଅଧିକାରୀ ଅମିତ ବେହେରା କୁହନ୍ତି, ଆନ୍ଦୋଳନ ଯୋଗୁ ଲୋକଙ୍କୁ ବୁଝାଶୁଝା କରିବାକୁ ପାଉଁଶ ପୋଖରୀ କର୍ତ୍ତୃପକ୍ଷ ଯାଇଥିଲେ। ୪ଟି ଦାବି ମଧ୍ୟରୁ ଚାଷ ଜମିରୁ ପାଉଁଶ ଉଠାଯିବା, ଆଗରୁ ଏପରି ପରିସ୍ଥିତି ଯେପରି ନ ଉପୁଜେ ସେଥିପ୍ରତି ଦୃଷ୍ଟି ଦିଆଯିବା, ଚାଷ କ୍ଷତି ବାବଦ କ୍ଷତିପୂରଣ ପ୍ରଦାନ କରିବାକୁ ପ୍ରକଳ୍ପ କର୍ତ୍ତୃପକ୍ଷ ରାଜି ହୋଇଛନ୍ତି। ହେଲେ ଆନ୍ଦୋଳନକାରୀ ନିଯୁକ୍ତି ପାଇଁ ଅଡି ବସିଛନ୍ତି। ଶୁକ୍ରବାର ଏ ସର୍ମ୍ପକରେ ଆଲୋଚନା ପାଇଁ ଆନ୍ଦୋଳନକାରୀଙ୍କୁ ଡକାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri