ଜମି ଦୁର୍ନୀତିର ତଦନ୍ତ ଆରମ୍ଭ

କୁଜଙ୍ଗ,୧ା୩(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲାର କୁଜଙ୍ଗ ତହସିଲ କାର୍ଯ୍ୟାଳୟ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଏହି ତହସିଲ କାର୍ଯ୍ୟାଳୟ ଅଧୀନରେ ପାରାଦୀପ ଶିଳ୍ପାଞ୍ଚଳ ରହିଛି। ତେଣୁ ତହସିଲ ଅଧୀନ ପାରାଦୀପଗଡ଼, ଭୂତମୁଣ୍ଡାଇ ଓ କୁଜଙ୍ଗ ଆରଆଇ ସର୍କଲ ଜମିଗୁଡ଼ିକର ଚାହିଦା ଯେତିକି ମୂଲ୍ୟ ମଧ୍ୟ ସେହିପରି। ତେବେ ଏସବୁ ଆରଆଇ ସର୍କଲ ଅଧୀନରେ ଶହଶହ ଏକର ମୂଲ୍ୟବାନ ସରକାରୀ ଜମିକୁ ଭିନ୍ନଭିନ୍ନ ତହସିଲଦାର ବିଭିନ୍ନ ଯୋଜନାରେ ଜାଲିଆତି କରି ଅନ୍ୟକୁ ଟେକି ଦେଇଥିବା ଅଭିଯୋଗ ହୋଇଥିଲା। ବିଶେଷକରି ପାରାଦୀପଗଡ଼ ଆରଆଇ ସର୍କଲ ଯେଉଁଥିରେ କି ଶିଳ୍ପାଞ୍ଚଳ ଅର୍ନ୍ତଭୁକ୍ତ। ସେହି ସର୍କଲର କୋଟି କୋଟି ଟଙ୍କାର ମୂଲ୍ୟବାନ ଜମିକୁ ତତ୍‌କାଳୀନ ତହସିଲଦାରମାନେ ବିଭିନ୍ନ ବ୍ୟକ୍ତି ବିଶେଷଙ୍କଠାରୁ ଲକ୍ଷାଧିକ ଟଙ୍କା ନେଇ ବସୁନ୍ଧରା ଯୋଜନାରେ ପଟ୍ଟା ଦେଇଥିବା ଅଭିଯୋଗ ହୋଇଥିଲା। ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଜଗତ୍‌ସିଂହପୁର ଅତିରିକ୍ତ ଜିଲାପାଳ ସଚିଦାନନ୍ଦ ସାହୁ ଓ ଜଗତ୍‌ସିଂହପୁର ଉପଜିଲାପାଳ ଦାୟିତ୍ୱରେ ଥିବା ଜଗତ୍‌ସିଂହପୁର ତହସିଲଦାର ମାନସ ରଞ୍ଜନ ଭୋଇଙ୍କ ନେଇ ଗଠିତ ଦୁଇ ଜଣିଆ କମିଟି ଶନିବାର କୁଜଙ୍ଗ ତହସିଲରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଏ ସମ୍ପର୍କରେ ଅତିରିକ୍ତ ଜିଲାପାଳ ସାହୁଙ୍କୁ ପଚାରବାରୁ ସେ କହିଥିଲେ, ତଦନ୍ତ ଆରମ୍ଭ ହୋଇଛି। ତେଣୁ ଅଧିକ କିଛି କହି ହେବନାହିଁ। ତଦନ୍ତପରେ ସବୁ ତଥ୍ୟ ସାର୍ବଜନୀନ କରାଯିବ। କୁଜଙ୍ଗ ତହସିଲରେ ଘଟିଥିବା ଜମି ଦୁର୍ନୀତିର ତଦନ୍ତ ଆରମ୍ଭ ହୋଇଥିବାରୁ ସାଧାରଣରେ ଉତ୍ସୁକତା ପ୍ରକାଶ ପାଇଛି। ତହସିଲ ଅଧୀନରେ ଥିବା ବହୁ ଗୋଚର, ଅନାବାଦୀ, ଜଳାଶୟ ଓ ନଦୀକୁ ମଧ୍ୟ ପ୍ରଭାବଶାଳୀ ବ୍ୟକ୍ତି ଚଞ୍ଚକତାକରି ନିଜନାମରେ ପଟ୍ଟାକରି ନେଇଥିବା ଅଭିଯୋଗ ରହିଛି। କେବଳ ପାରାଦୀପଗଡ଼ ଆରଆଇ ସର୍କଲ ନୁହେଁ ତହସିଲ ଅଧୀନରେ ଥିବା ସମସ୍ତ ଆରଆଇ ସର୍କଲର ତଦନ୍ତ ହେଲେ ଜମି ଜାଲିଆତି ଘଟଣାର ପର୍ଦ୍ଦାଫାଶ ହୋଇପାରିବ ବୋଲି ପୂର୍ବତନ ସମିତି ସଭ୍ୟ କବି ରଞ୍ଜନ ବେହେରା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?