ଜମି ଦେବା ନାଁରେ ଠକେଇ : ଅଭିଯୁକ୍ତ କୋର୍ଟଚାଲାଣ

ବ୍ରହ୍ମପୁର ଅଫିସ,୧୬ା୫: ଜମି ଦେବାକୁ କହି ଠକେଇ କରିଥିବା ଅଭିଯୋଗରେ ସଦର ଥାନା ପୋଲିସ ବୁଧବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଥିଲା। ଅଭିଯୁକ୍ତ ଜଣଙ୍କ ଲୋଚପଡ଼ା ଶକ୍ତିନଗର ୫ ସାରଣୀର ଅଯୋଧ୍ୟା ପାଣିଗ୍ରାହୀ (୪୨)। ଗୁରୁବାର ଅଯୋଧ୍ୟାଙ୍କୁ କେସ ନମ୍ବର ୯୮/୧୯ ଅନୁସାରେ କୋର୍ଟଚାଲାଣ କରାଯାଇଛି ବୋଲି ଥାନାଧିକାରୀ ଭୁବନାନନ୍ଦ ପ୍ରଧାନ ସୂଚନା ଦେଇଛନ୍ତି। ଜାମିନ ନାମଞ୍ଜୁର ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି । ପ୍ରକାଶ ଯେ, ଏମକେସିଜି ମେଡିକାଲର ଡାକ୍ତର ସତ୍ୟନାରାୟଣ ସାହୁଙ୍କୁ ବର୍ଷକ ତଳେ ଲୋକଙ୍କ ପାଇଁ ଜମି କିଣା – ବିକା କରାଉଥିବା ଦଲାଲ ଅଯୋଧ୍ୟା ପାଣିଗ୍ରାହୀ ଭେଟିଥିଲେ। କମ୍‌ ଦାମରେ ଜମି ଯୋଗାଇ ଦେବା କହି ଅଯୋଧ୍ୟା ଡାକ୍ତରଙ୍କଠାରୁ ୩ ଲକ୍ଷ ଟଙ୍କା ନେଇଥିଲେ । ହେଲେ ନିର୍ଦ୍ଧାରିତ ସମୟ ମଧ୍ୟରେ ଘର କି ଟଙ୍କା କିଛି ପାଇ ନ ଥିଲେ । ଅଯୋଧ୍ୟାଙ୍କ ପାଖକୁ ବାରମ୍ବାର ଦୌଡ଼ି ଡାକ୍ତର ଶେଷରେ ନିରାଶ ହୋଇଥିଲେ। ପରେ ଅନ୍ୟ ଉପାୟ ନ ପାଇ ପୋଲିସର ସହାୟତା ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?