Posted inଜାତୀୟ

ଜମି ବିକ୍ରି ବିରୋଧରେ ଭାଜପାର ଧାରଣା: ନେତାଙ୍କ ସହ ତଳେ ଶୋଇଲେ ୟଦିରୁପ୍ପା

ବେଙ୍ଗାଲୁର,୧୫।୬: କର୍ନାଟକରେ ଜେଏସ୍‌ଡବ୍ଲୁ ଭୂମିର ଡିଲକୁ ନେଇ ରାଜନୀତି ସରଗରମ ହୋଇଛି। କର୍ନାଟକର ଜିନ୍ଦଲ ଷ୍ଟିଲ ଗ୍ରୁପ୍‌କୁ ୩ହଜାର ୬ଶହ ୬୭ ଏକର ଜମି ରାଜ୍ୟସରକାର ବିକ୍ରି କରିବା ନେଇ ନିଷ୍ପତ୍ତି ନେଇଛନ୍ତି। ହେଲେ ଏହାକୁ ବିରୋଧ କରି ଶୁକ୍ରବାର ବେଙ୍ଗାଲୁରର ଆନନ୍ଦରାଓ ସର୍କିଲ ନିକଟରେ ଭାଜପା ପକ୍ଷରୁ ଧାରଣା ଦିଆଯାଇଛି। ଏହି ଧାରଣାରେ କର୍ନାଟକର ଭାଜପା ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍‌ ୟଦିରୁପ୍ପା, ଏମଏଲ୍‌ଏ ଗୋବିନ୍ଦ କରଜୋଲ, ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ଆର ଅଶୋକ ଓ ଏମ୍‌ପି ଉମେଶ ଯାଦବ ସାମିଲ ହୋଇଥିଲେ। ୟଦିୁରୁପ୍ପାଙ୍କ ସମେତ ଭାଜପାର ଅନ୍ୟ ନେତାମାନେ ଧାରଣା ଦେଇଥିବା ବେଳେ ରାତିସାରା ଧାରଣାସ୍ଥଳରେ ତଳେ ଶୋଇଥିବା ଦେଖିବାକୁ ମିଳିଛି। ଏହି ଧାରଣା ଶନିବାରକୁ ମଧ୍ୟ ଜାରି ରହିଛି। ସୂଚନାଯୋଗ୍ୟ, କର୍ନାଟକ ସରକାର ଜାଣିଣୁଣି ଏହି ଜମିକୁ ଶସ୍ତା ଦରରେ ବିକ୍ରି କରୁଛନ୍ତି ବୋଲି ଭାଜପା ଅଭିଯୋଗ କରିଛି। ତେବେ ଏହି ଡିଲ ଫାଇନାଲ ହେଲେ ରାଜ୍ୟ ସରକାର ଲାଭବାନ ହେବେ ବୋଲି ଭାଜପା ଦାବି କରିଛି। ପୂର୍ବରୁ ବିଲୋରି ଜିଲାର ବିଜୟନଗରସ୍ଥିତ ଜମିକୁ ଜେଏସ୍‌ଡବ୍ଲୁକୁ ଲିଜ୍‌ରେ ଦେଇଥିଲେ। ହେଲେ ସରକାର ଏବେ ଏହାକୁ ବିକ୍ରି କରିବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri