ଜମି ବିବାଦକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ: ୭ ଗିରଫ, ଜଣେ ଗୁରୁତର

କୁଜଙ୍ଗ,୧୨ା୩(ଡି.ଏନ.ଏ.): କୁଜଙ୍ଗ ଥାନା ଅଧୀନ ଫତେପୁର ଗ୍ରାମରେ ଜମି ବିବାଦକୁ କେନ୍ଦ୍ରକରି ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏନେଇ ଉଭୟ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଉଭୟ ପକ୍ଷରୁ ୭ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।
ଅଭିଯୋଗ ଅନୁସାରେ, ବୁଧବାର ଭୋର ସମୟରେ ଗ୍ରାମର ବେଙ୍ଗ ମଲିକ ଓ ତାଙ୍କ ସ୍ବାମୀ ଧନୁଙ୍କ ସହ ସେହି ଗ୍ରାମର ରମେଶ ମଲିକ, ବିକ୍ରମ ମଲିକ, ବିନୋଦ ମଲିକ, ଜ୍ୟୋସ୍ନା ମଲିକ, ନୟନା ମଲିକ, ପମି ମଲିକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଥିଲା। ଏଥିରେ ଉଭୟ ପକ୍ଷ ଆହତ ହୋଇ କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ଏ ସମ୍ପର୍କରେ ଧନୁଙ୍କ ସ୍ତ୍ରୀ ବେଙ୍ଗ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗ ଆଧାରରେ ପୋଲିସ ରମେଶ, ବିକ୍ରମ, ବିନୋଦ, ଜ୍ୟୋସ୍ନା ଓ ନୟନାଙ୍କ ନାମରେ ଦଫା ୧୪୭, ୧୪୮, ୨୯୪, ୫୦୬, ୩୦୭, ୩୨୩, ୩୨୫, ୩୫୪(ଖ), ୧୪୯ ଆଇପିସିରେ ମାମଲା ସଂଖ୍ୟା ୭୯/୨୦ ରୁଜୁ କରିଥିଲା। ଅପରପକ୍ଷରେ ହାଡ଼ିବନ୍ଧୁଙ୍କ ସ୍ତ୍ରୀ ପମି ଧନୁ ଓ ଅନ୍ୟ ୧୩ଜଣଙ୍କ ନାମରେ ପାଲଟା ଅଭିଯୋଗ କରିଛନ୍ତି। ପୋଲିସ ତାଙ୍କ ଅଭିଯୋଗ ଆଧରରେ ଦଫା ୧୪୭, ୧୪୮, ୪୪୮, ୪୨୭, ୩୦୭, ୩୨୫, ୩୫୪(କ), ୩୭୯, ୨୯୪, ୫୦୬, ୧୪୯ ଆଇପିସିରେ ମାମାଲା ସଂଖ୍ୟା ୮୦/୨୦ ରୁଜୁ କରିଛି। ପମିଙ୍କ ଅଭିଯୋଗ ଆଧାରରେ ଦିଲୀପ, କବିନ୍ଦ୍ର, ରିନା, କାଳିଆ ଓ ବେଙ୍ଗଙ୍କୁ ଗିରଫ କରାଯାଇଛି। ବେଙ୍ଗଙ୍କ ଅଭିଯୋଗ ଆଧାରରେ ପମି ଓ ତାଙ୍କ ସ୍ବାମୀ ହାଡିବନ୍ଧୁଙ୍କୁ ଗିରଫ କରାଯାଇ କୋର୍ଟଚାଲଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ସମସ୍ତଙ୍କ ସମାଗଳ ଉପକାରାଗାରକୁ ପଠାଇ ଦିଆଯାଇଛି। ରମେଶଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri