ଜମି ବିବାଦ: ସାନଭାଇଙ୍କୁ ହାଣି ବଡ଼ ଗିରଫ

ଶଙ୍କରାଖୋଲ/ଟିକାବାଲି,୧୩ା୧୧(ଡି.ଏନ.ଏ.)-କନ୍ଧମାଳ ଜିଲା ଚକାପାଦ ଥାନା ପସରା ପଞ୍ଚାୟତର ଗୋଛାବାରୀ ଗ୍ରାମରେ ଜମି ଭାଗବଣ୍ଟାକୁ ନେଇ ସାନଭାଇ ବିକ୍ରମ କହଁରକୁ ହାଣିଥିବା ଅଭିଯୋଗରେ ମଙ୍ଗଳବାର ଚକାପାଦ ପୋଲିସ ବଡଭାଇଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ନନ୍ଦ କହଁର। ଚକାପାଦ ଥାନାରେ ନଂ. ୫୯/୧୯ରେ ମାମଲା ରୁଜୁ ହୋଇଛି। ପ୍ରକାଶ ଯେ, ଜମିଜମା ଭାଗବଣ୍ଟାକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ଲାଗି ରହିଥିଲା। ସୋମବାର ଗୋଛାବାରୀରେ ବିକ୍ରମ ଏକ ମହୁଲ ଗଛ ତଳେ ଶୋଇଥିବା ବେଳେ ନନ୍ଦ ପୁଣି ତାଙ୍କ ସହ ପାଟିତୁଣ୍ଡ କରିଥିଲେ। ପରେ ସେ ବିକ୍ରମଙ୍କୁ ଘୋସାଡି ଆଣି ନିଜ ଘର ଆଗରେ ମୁଣ୍ଡକୁ ଟାଙ୍ଗିଆରେ ହାଣି ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ପରିବାର ଲୋକେ ଗୁରୁତର ଅବସ୍ଥାରେ ବିକ୍ରମଙ୍କୁ ବ୍ରାହ୍ମଣପାଦ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏ ନେଇ ବିକ୍ରମଙ୍କ ସ୍ତ୍ରୀ କୁମାରୀ ଚକାପାଦ ଥାନାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍‌ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା

ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍‌ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ…

ଡିଜିପି ଦାୟିତ୍ୱ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ବିନୟତୋଷ ମିଶ୍ର

ପୁରୀ, ୧୬।୮ (ଅଜିତ୍ କୁମାର ମହାନ୍ତି): ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିନୟତୋଷ ମିଶ୍ର ରବିବାର ରାତିରେ ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀ…

ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…

ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର…

ସମୁଦ୍ରରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ, ୨ ଟ୍ରଲର ସହ ୫ କ୍ୱିଣ୍ଟାଲ ମାଛ ଜବତ କରି…

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ପୁଣିଥରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ଆନ୍ଧ୍ର ପ୍ରଦେଶର…

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri