ଜମୁଛି ଆଖଡା ଖେଳ

ରେମୁଣା, ୭ା୧୦(ଡି.ଏନ.ଏ.)-ଚଳିତବର୍ଷ ଦୁର୍ଗାଷ୍ଟମୀ ମହାସମାରୋହରେ ପାଳିତ ହୋଇଛି। ପ୍ରତିବର୍ଷ ପରି ଐତିହାସିକ ପାଇକ ଆଖଡା ଖେଳ ଅନୁଷ୍ଠିତ ହୋଇଥିଲା। ମନ୍ଦାରପୁରର ୨ଟି ଖେଳ ସହିତ ମହାବୀର ଜିମ୍ନାସିୟମ, ଅଠାନ୍ତର, ହରିପୁର, ମାଧିପୁର, କଁରାଳୀ, ନାଲାପାଟଣା, ନିଅଁାବାଗ, ବଙ୍ଗାଳିସାହି, ବିଦ୍ୟାଧରପୁର, କଁଅରପୁର, ଗନିପୁର, ଜୁଣୁଦା ଆଦି ସ୍ଥାନରୁ ୧୩ଟି ଦଳ ଚିତ୍ତାକାର୍ଷକ ଖେଳ ପ୍ରଦର୍ଶନ କରିଥିଲେ। ଅପରାହ୍ନରୁ ଦଳ ଦଳ ହୋଇ ଆଖଡା ଦଳ ବଜାର ମଧ୍ୟକୁ ପ୍ରବେଶ କରିଥିଲେ ା ଖେଳ ଓ ଖେଳାଳୀଙ୍କୁ ସ୍ବାଗତ କରିବା ପାଇଁ ବଜାରର ତିନୋଟି ସ୍ଥାନରେ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା। ରାସ୍ତାର ଉଭୟ ପାର୍ଶ୍ୱ ଏବଂ କୋଠା ଉପରୁ ହଜାର ହଜାର ଲୋକ ଖେଳକୁ ମନଭରି ଉପଭୋଗ କରିଥିଲେ ା ପାଗ ଅନୁକୂଳ ଥିବାରୁ ସନ୍ଧ୍ୟାରେ ପ୍ରବଳ ଜନସମାଗମ ହୋଇଥିଲା। ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ଡିଏସ୍‌ପି ସୁଦାମ ଚରଣ ସାହୁ, ଥାନା ଅଧିକାରୀ ଶ୍ରୁଭ୍ରାଂଶୁ ଶେଖର ନାୟକଙ୍କ ନେତୃତ୍ୱରେ ୧୪ଜଣ ଅଫିସର ଏବଂ ୨ ପ୍ଲାଟୁନ ପୋଲିସ ମୁତୟନ ହୋଇଥିଲେ। ତେବେ ଏହି ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ କୌଣସି ବିଶୃଙ୍ଖଳା ସୃଷ୍ଟି ହୋଇ ନ ଥିବା ପୋଲିସ ସୂଚନା ଦେଇଛି। ମନ୍ଦିରଛକ ନିକଟରେ ରେମୁଣା ଯୁବ ସାଂସ୍କୃତିକ ପରିଷଦ ପକ୍ଷରୁ ଖେଳର ମୁଖିଆଙ୍କୁ ଉତ୍ତରୀୟ, ପୁଷ୍ପଗୁଚ୍ଛ ଏବଂ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଶିକ୍ଷାବିତ୍‌ ସରୋଜ କୁମାର ବେହେରାଙ୍କ ପୌରୋହିତ୍ୟରେ ଅତିଥିଭାବେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତିଙ୍କ ସମେତ ଆଇନଜୀବୀ ବିଜୟ କୁମାର ପାଣିଗ୍ରାହୀ, ଚିତ୍ତରଞ୍ଜନ ସାହୁ, ଡ. ନରୋତ୍ତମ ପରିଡା, ଅଧ୍ୟାପକ ପ୍ରଶାନ୍ତ କୁମାର ବରାଳ, ରବୀନ୍ଦ୍ରନାଥ ଦଳେଇ, ପୁଲିନ ଦାସ, ବିଧାନ ଚନ୍ଦ୍ର ରାୟ, ନିରଞ୍ଜନ ବେହେରା, କାହ୍ନୁଚରଣ ବେହେରା, ରାମଚନ୍ଦ୍ର ସାହୁ ପ୍ରମୁଖ ଯୋଗଦେଇ ରେମୁଣାର ଐତିହ୍ୟ ସମ୍ପର୍କରେ ବକ୍ତବ୍ୟ ରଖିବା ସହିତ ଆଖଡା ଦଳର ମୁଖିଆଙ୍କୁ ସମ୍ବର୍ଦ୍ଧିତ କରିଥିଲେ ା ପରିଷଦର ସମ୍ପାଦକ କୃଷ୍ଣମୋହନ ବେହେରା ପ୍ରାରମ୍ଭିକ ସୂଚନା ଏବଂ ଧନ୍ୟବାଦ ଦେଇଥିଲେ ା
ରେମୁଣା ହାଇସ୍କୁଲ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ବ୍ୟବସାୟୀ ସଂଘ ପକ୍ଷରୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ା ପୂର୍ବତନ ବିଧାୟକ ପ୍ରଦୀପ୍ତ ପଣ୍ଡା, ପ୍ରେମରଞ୍ଜନ ପାତ୍ର, ସୁଧୀର ମଙ୍ଗରାଜ, ଗୌରାଙ୍ଗ ଚନ୍ଦ୍ର ଦାସ, ଲକ୍ଷ୍ମୀଧର ଗାୟଣ, ବିଷ୍ଣୁପଦ ପଣ୍ଡାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଖେଳାଳୀଙ୍କୁ ଉତ୍ସାହିତ କରିବା ସହ ସମ୍ବର୍ଦ୍ଧନା ଦେଇଥିଲେ ା
ସେହିପରି ତାରିଣୀଛକ ନିକଟରେ ଆଞ୍ଚଳିକ ଉନ୍ନୟନ ପରିଷଦ ପକ୍ଷରୁ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା ା ସେଠାରେ ମୁଖ୍ୟ ଅତିଥିଭାବେ ବିଧାୟକ ସୁଧାଂଶୁ ଶେଖର ପରିଡା, ଯୁବନେତା ଅମୀୟ ମହାନ୍ତି, ବରିଷ୍ଠ ନେତା ଶତ୍ରୁଘ୍ନ ମଲିକ, ଗଦାଧର ଦାସ ପ୍ରମୁଖ ବକ୍ତବ୍ୟ ଦେଇଥିଲେ ା ମାଧବାନନ୍ଦ ବେହେରା, ଦୁଷ୍ମନ୍ତ ଦାସ, ଯୋଗେନ୍ଦ୍ର ମାହାର୍ଣ୍ଣା ପ୍ରମୁଖ ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri