ଜମୁଛି ଲକ୍ଷ୍ମୀପୂଜା, କମ୍ପୁଛି ମଣ୍ଡପ

ହିନ୍ଦୋଳ,୧୯ା୧୦(ଡି.ଏନ.ଏ): ଗଣପର୍ବ ଲକ୍ଷ୍ମୀପୂଜାକୁ ନେଇ ଉତ୍ସବ ମୁଖର ହୋଇଉଠିଛି ସାରା ଢେଙ୍କାନାଳ ଜିଲା। ପୂରପଲ୍ଲୀଠାରୁ ଆରମ୍ଭ କରି ସାରା ସହରରେ ମନ୍ତ୍ରଧ୍ୱନୀରେ ପ୍ରକମ୍ପିତ ହେଉଛି ମା’ଙ୍କ ମଣ୍ଡପ। ଅନୁକୂଳ ପାଗ ସାଙ୍ଗକୁ ସାରେ ଦର୍ଶକଙ୍କ ଭିଡ଼କୁ ନେଇ ସବୁଠି ସୃଷ୍ଟି ହୋଇଛି ଉତ୍ସବର ମାହୋଲ। ମଣ୍ଡପରେ ନୀତିକାନ୍ତି ଅନୁଯାୟୀ ମା’ଙ୍କ ପୂଜାର୍ଚ୍ଚନା ଚାଲିଥିବାବେଳେ ନାମ ସଂକୀର୍ତ୍ତନ, ସାଂସ୍କୃତିକ କାର୍ଯ୍ୟକ୍ରମ, ମିନାବଜାର, ବନ୍ଧୁବାନ୍ଧବଙ୍କ ଭିଡ଼ରେ କମ୍ପୁଛି ଗ୍ରାମ୍ୟ ପରିବେଶ।
ହିନ୍ଦୋଳ ସଦର ମହକୁମାରେ ଗତ ୧୩ ତାରିଖଠାରୁ ଆରମ୍ଭ ହୋଇଛି ମା’ଲକ୍ଷ୍ମୀଙ୍କ ପୂଜା। ଆଲୋକମାଳାରେ ସାରା ମହକୁମା ଝଲସି ଉଠୁଥିବାବେଳେ ସାରେ ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ବଢିବାରେ ଲାଗିଛି। ପ୍ରତି ବଜାରରେ ବିଭିନ୍ନ ମନୋହରୀ ଜିନିଷ ସମେତ ଚାର୍ଟ, ଗୁପ୍‌ଚୁପ୍‌, ଆଇସକ୍ରିମ, ମଥୁରା କେକ୍‌, ଦୋଳି ଆଦି ପଡିଥିବାରୁ ଶହ ଶହ ଦର୍ଶକଙ୍କ ଭିଡ଼ ପରିଲକ୍ଷିତ ହେଉଛି। ମହକୁମାରେ ମୋଟ ୧୪ଗୋଟି ପୂଜା ମଣ୍ଡପ ବସଷ୍ଟାଣ୍ଡ ବଜାର, ଲକ୍ଷ୍ମୀବଜାର, ମେଡିକାଲ ଛକ ବଣିକ ସଂଘ, କଳ୍ପନା ବଜାର, ମୀରା ବଜାର, ଗୁଣ୍ଡିଚାମଣ୍ଡପ କାରୀଗର ସାହି, ନୂତନପଟଣା କ,ଖ,ଗ, ବନମାଳୀପୁର, ପୀତାବଳି ମା’ଲକ୍ଷ୍ମୀପୂଜା କମିଟି, ରାଧାନାଥପୁର, ଗୋପାଳପୁର, ଚମ୍ପତିସାହି ପୂଜା କମିଟି ପକ୍ଷରୁ ଧୁମ୍‌ଧାମ୍‌ରେ ପୂଜା ପାଳିତ ହୋଇଛି। ଆସନ୍ତା ୨୨ରେ ଭସାଣି ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ସ୍ଥାନୀୟ ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri