ଜମ୍ଭୀରା ପ୍ରକଳ୍ପର ସମୀକ୍ଷା କଲେ ସରୋଜିନୀ, କାର୍ଯ୍ୟ ଶେଷ କରିବା ଉପରେ ଗୁରୁତ୍ୱ

ବାରିପଦା ଅଫିସ,୩୧ା୮-ବାରିପଦା ସହରର ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସଭା ସଦସ୍ୟା ସରୋଜିନୀ ହେମ୍ବ୍ରମ ଜମ୍ଭୀରା ଜଳ ପ୍ରକଳ୍ପର ଅଗ୍ରଗତି କାର୍ଯ୍ୟ ସମୀକ୍ଷା କରିଛନ୍ତି। ସୁବର୍ଣ୍ଣରେଖା ସେଚ ପ୍ରକଳ୍ପ ଅଧୀନରେ ଥିବା ଜମ୍ଭୀରା ଜଳଭଣ୍ଡାରରୁ ବାରିପଦା ସହରକୁ ଜଳ ଯୋଗାଣ ବ୍ୟବସ୍ଥା କରାଯାଉଛି। ସହରର ୨ ଲକ୍ଷ ଜନସାଧାରଣଙ୍କ ପାନୀୟ ଜଳ ଆବଶ୍ୟକତାକୁ ପୂରଣ କରିବା ପାଇଁ ୨୫୪.୪୨ କୋଟି ଟଙ୍କା ବ୍ୟୟ ଅଟକଳରେ ଏହି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଆଗେଇ ଚାଳିଛି। ୨୦୨୦ ନଭେମ୍ବର ମାସ ସୁଦ୍ଧା ଏହି ପ୍ରକଳ୍ପ ଶେଷ ହେବା ନେଇ ବିଭାଗ ସମୟ ଧାର୍ଯ୍ୟ କରିଛି। ରାଜ୍ୟ ସଭା ସଦସ୍ୟା ସରୋଜିନୀ ଜମ୍ଭୀରା ଜଳ ଭଣ୍ଡାର ନିକଟସ୍ଥ ପଥୁରୀଠାରେ ଏହି ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ସମୀକ୍ଷା ବେଳେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ସହକାରୀ ନିର୍ବାହୀ ଯନ୍ତ୍ରୀ ଅସୀତ ମହାନ୍ତି ଓ ସୁରେଶ ଚନ୍ଦ୍ର ବେହେରା ଏବଂ ଜନସ୍ବାସ୍ଥ୍ୟ ବିଭାଗର ଉପ-ନିର୍ବାହୀ ପ୍ରକାଶ ଚନ୍ଦ୍ର ଦାସ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁଁ ୧.୭ କି.ମି ପାଇପ ଲାଇନ ବିଛା ଯାଇ ପାରୁ ନ ଥିବା ଆଲୋଚନା ହୋଇଥିଲା। ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଯୋଗୁଁ ଜମି ହରାଇଥିବା ପରିବାରମାନଙ୍କୁ ରାଜ୍ୟସରକାରଙ୍କ ନୂତନ କ୍ଷତିପୂରଣ ନୀତି ଅନୁଯାୟୀ କ୍ଷତିପୂରଣ ପ୍ରଦାନ ପାଇଁ ଗ୍ରାମବାସୀ ଆନ୍ଦୋଳନ କରୁଥିବାରୁ ଏହି ସମସ୍ୟ ସୃଷ୍ଟି ହୋଇଥବା ଜଣାପଡିଛି। ତେବେ ରାଜ୍ୟ ସରକାରଙ୍କ ବିଭାଗୀୟ ସଚିବଙ୍କ ସହିତ ଆଲୋଚନା କରି ଏହି ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ସ୍ଥାନୀୟ ଲୋକଙ୍କୁ ସରୋଜିନୀ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ଅନ୍ୟ ସମସ୍ତ କାର୍ଯ୍ୟ ତୁରନ୍ତ ଶେଷ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ ଯେ, ବାରିପଦା ସହରବାସୀ ଖରା ଦିନ ଆରମ୍ଭରୁ ଜଳ କଷ୍ଟ ଭୋଗନ୍ତି। ଭୂତଳ ଜଳ କ୍ରମଶଃ ହ୍ରାସ ପାଉଥିବାରୁ ଏଭଳି ସମସ୍ୟା ଦେଖାଯାଉଛି। ସହରର ଭୌଗଳିକ ଅବସ୍ଥିତି ଉଠାଣି ଗଡାଣି ଥିବା ଯୋଗୁଁ ଭୂତଳ ଜଳ ମଧ୍ୟ ବିଭିନ୍ନ ସ୍ଥାନରେ ବିଭିନ୍ନସ୍ତରରେ ଥିବା ଜଣାପଡିଛି। ସହରର ବିଭିନ୍ନ ସ୍ଥାନରେ ପ୍ରାୟ ୫୦ ଫୁଟ ତଳେ ଥିବା ବେଳେ ଗ୍ରୀଷ୍ମ ଦିନ ଆରମ୍ଭ ହେଉଣୁ ଏହା ୨୦ ଫୁଟ ତଳକୁ ଅର୍ଥାତ ପ୍ରାୟ ୭୦ ଫୁଟ ତଳକୁ ଖସି ଯାଏ ବୋଲି ଜିଲା ବାରିପଦା ସ୍ଥିତ ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ। ବାରିପଦା ସହରରେ ପୌର ପରିଷଦ ଓ ଜନସ୍ବାସ୍ଥ୍ୟ ବିଭାଗ ମିଳିତ ଭାବେ ଜଳ ଯୋଗାଣ କରିଥାନ୍ତି। ବାରିପଦା ସହରକୁ ପ୍ରତେହ୍ୟ ୧୮.୬୦ ମିଲିୟନ ଲିଟର ଜଳ ଆବଶ୍ୟକତା ହେଉଥିବା ବେଳେ ୧୬.୩୦ ମିଳିୟନ ଲିଟର ମିଳୁଛି। ଜମ୍ଭିରା ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଆଉ ଜଳ ସମସ୍ୟା ଦେଖା ଦେବ ନାହିଁ। ଏଥିରେ ୧୨୨ କି.ମି ପାଇପ ଲାଇନ ସଂଯୋଗ ହେବ। ଏହି ପ୍ରକଳ୍ପ ଜରିଆରେ ବାରିପଦା ସହରକୁ ୨୫ ମିଲିୟନ ଲିଟର ଜଳ ସହରକୁ ଯୋଗାଯିବ। ଫଳରେ ସହରରେ ଅଉ ପାଣି ସମସ୍ୟା ରହିବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?