ଜମ୍ଭୀରା ପ୍ରକଳ୍ପର ସମୀକ୍ଷା କଲେ ସରୋଜିନୀ, କାର୍ଯ୍ୟ ଶେଷ କରିବା ଉପରେ ଗୁରୁତ୍ୱ

ବାରିପଦା ଅଫିସ,୩୧ା୮-ବାରିପଦା ସହରର ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସଭା ସଦସ୍ୟା ସରୋଜିନୀ ହେମ୍ବ୍ରମ ଜମ୍ଭୀରା ଜଳ ପ୍ରକଳ୍ପର ଅଗ୍ରଗତି କାର୍ଯ୍ୟ ସମୀକ୍ଷା କରିଛନ୍ତି। ସୁବର୍ଣ୍ଣରେଖା ସେଚ ପ୍ରକଳ୍ପ ଅଧୀନରେ ଥିବା ଜମ୍ଭୀରା ଜଳଭଣ୍ଡାରରୁ ବାରିପଦା ସହରକୁ ଜଳ ଯୋଗାଣ ବ୍ୟବସ୍ଥା କରାଯାଉଛି। ସହରର ୨ ଲକ୍ଷ ଜନସାଧାରଣଙ୍କ ପାନୀୟ ଜଳ ଆବଶ୍ୟକତାକୁ ପୂରଣ କରିବା ପାଇଁ ୨୫୪.୪୨ କୋଟି ଟଙ୍କା ବ୍ୟୟ ଅଟକଳରେ ଏହି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଆଗେଇ ଚାଳିଛି। ୨୦୨୦ ନଭେମ୍ବର ମାସ ସୁଦ୍ଧା ଏହି ପ୍ରକଳ୍ପ ଶେଷ ହେବା ନେଇ ବିଭାଗ ସମୟ ଧାର୍ଯ୍ୟ କରିଛି। ରାଜ୍ୟ ସଭା ସଦସ୍ୟା ସରୋଜିନୀ ଜମ୍ଭୀରା ଜଳ ଭଣ୍ଡାର ନିକଟସ୍ଥ ପଥୁରୀଠାରେ ଏହି ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ସମୀକ୍ଷା ବେଳେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ସହକାରୀ ନିର୍ବାହୀ ଯନ୍ତ୍ରୀ ଅସୀତ ମହାନ୍ତି ଓ ସୁରେଶ ଚନ୍ଦ୍ର ବେହେରା ଏବଂ ଜନସ୍ବାସ୍ଥ୍ୟ ବିଭାଗର ଉପ-ନିର୍ବାହୀ ପ୍ରକାଶ ଚନ୍ଦ୍ର ଦାସ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁଁ ୧.୭ କି.ମି ପାଇପ ଲାଇନ ବିଛା ଯାଇ ପାରୁ ନ ଥିବା ଆଲୋଚନା ହୋଇଥିଲା। ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଯୋଗୁଁ ଜମି ହରାଇଥିବା ପରିବାରମାନଙ୍କୁ ରାଜ୍ୟସରକାରଙ୍କ ନୂତନ କ୍ଷତିପୂରଣ ନୀତି ଅନୁଯାୟୀ କ୍ଷତିପୂରଣ ପ୍ରଦାନ ପାଇଁ ଗ୍ରାମବାସୀ ଆନ୍ଦୋଳନ କରୁଥିବାରୁ ଏହି ସମସ୍ୟ ସୃଷ୍ଟି ହୋଇଥବା ଜଣାପଡିଛି। ତେବେ ରାଜ୍ୟ ସରକାରଙ୍କ ବିଭାଗୀୟ ସଚିବଙ୍କ ସହିତ ଆଲୋଚନା କରି ଏହି ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ସ୍ଥାନୀୟ ଲୋକଙ୍କୁ ସରୋଜିନୀ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ଅନ୍ୟ ସମସ୍ତ କାର୍ଯ୍ୟ ତୁରନ୍ତ ଶେଷ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ ଯେ, ବାରିପଦା ସହରବାସୀ ଖରା ଦିନ ଆରମ୍ଭରୁ ଜଳ କଷ୍ଟ ଭୋଗନ୍ତି। ଭୂତଳ ଜଳ କ୍ରମଶଃ ହ୍ରାସ ପାଉଥିବାରୁ ଏଭଳି ସମସ୍ୟା ଦେଖାଯାଉଛି। ସହରର ଭୌଗଳିକ ଅବସ୍ଥିତି ଉଠାଣି ଗଡାଣି ଥିବା ଯୋଗୁଁ ଭୂତଳ ଜଳ ମଧ୍ୟ ବିଭିନ୍ନ ସ୍ଥାନରେ ବିଭିନ୍ନସ୍ତରରେ ଥିବା ଜଣାପଡିଛି। ସହରର ବିଭିନ୍ନ ସ୍ଥାନରେ ପ୍ରାୟ ୫୦ ଫୁଟ ତଳେ ଥିବା ବେଳେ ଗ୍ରୀଷ୍ମ ଦିନ ଆରମ୍ଭ ହେଉଣୁ ଏହା ୨୦ ଫୁଟ ତଳକୁ ଅର୍ଥାତ ପ୍ରାୟ ୭୦ ଫୁଟ ତଳକୁ ଖସି ଯାଏ ବୋଲି ଜିଲା ବାରିପଦା ସ୍ଥିତ ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ। ବାରିପଦା ସହରରେ ପୌର ପରିଷଦ ଓ ଜନସ୍ବାସ୍ଥ୍ୟ ବିଭାଗ ମିଳିତ ଭାବେ ଜଳ ଯୋଗାଣ କରିଥାନ୍ତି। ବାରିପଦା ସହରକୁ ପ୍ରତେହ୍ୟ ୧୮.୬୦ ମିଲିୟନ ଲିଟର ଜଳ ଆବଶ୍ୟକତା ହେଉଥିବା ବେଳେ ୧୬.୩୦ ମିଳିୟନ ଲିଟର ମିଳୁଛି। ଜମ୍ଭିରା ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଆଉ ଜଳ ସମସ୍ୟା ଦେଖା ଦେବ ନାହିଁ। ଏଥିରେ ୧୨୨ କି.ମି ପାଇପ ଲାଇନ ସଂଯୋଗ ହେବ। ଏହି ପ୍ରକଳ୍ପ ଜରିଆରେ ବାରିପଦା ସହରକୁ ୨୫ ମିଲିୟନ ଲିଟର ଜଳ ସହରକୁ ଯୋଗାଯିବ। ଫଳରେ ସହରରେ ଅଉ ପାଣି ସମସ୍ୟା ରହିବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦାନ୍ତକାଠି ଭାଙ୍ଗୁଥିଲେ ମହିଳା,୩ ଭାଲୁ ମିଶି ଝୁଣିଦେଲେ

ପାଟଣା,୨୭।୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାର ପଡ଼ା ସେକ୍ସନ ଡାଳପକା ପଞ୍ଚାୟତ କୁଦାବେଡା ଗ୍ରାମରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଜଣେ ୩୯...

କାର୍‌ରେ ଆସି ବସ୍‌ରୁ ରୁପା ଭର୍ତ୍ତି ବ୍ୟାଗ ନେଇଗଲେ ଦୁର୍ବୃତ୍ତ

ଖଲ୍ଲିକୋଟ,୨୬ା୭(ପ୍ରଶାନ୍ତ କୁମାର ମିଶ୍ର): କୋଲକାତା ଅଭିମୁଖେ ଯାଉଥିବା ଏକ ବସ୍‌ରୁ ଜଣେ ବ୍ୟବସାୟୀଙ୍କ ପ୍ରାୟ ୫୦ କେଜି ପୁରୁଣା ରୁପା ଜିନିଷ ଓ ୪ ଲକ୍ଷ...

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri