Posted inଜାତୀୟ

ଜମ୍ମୁ-କଶ୍ମୀରରୁ ୧୪୪ ଧାରା ହଟାଇବା ଆବେଦନର ତତ୍କାଳ ଶୁଣାଣିକୁ ମନା କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୩।୮: ଜମ୍ମୁ-କଶ୍ମୀରରୁ ୧୪୪ ଧାରା ହଟାଇବା ଆବେଦନର ତତ୍କାଳ ଶୁଣାଣି କରିବାକୁ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଏହା ଏକ ସମ୍ବେଦନଶୀଳ ମାମଲା। ଏଥି ପାଇଁ ସରକାରଙ୍କୁ ସମୟ ଦିଆଯିବାର ଆବଶ୍ୟକତା ରହିଥିବା ସର୍ବୋଚ୍ଚ ନ୍ୟାୟାଳୟ ସୂଚନା ଦେଇଛନ୍ତି। ଏହାସହିତ ଲୋକଙ୍କ ପାଖରେ ଯେପରି ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚିପାରିବ ସେନେଇ ଅଦାଲତ ଗୁରୁତ୍ୱାରୋପ କରିଛନ୍ତି। କିଛି ଦିନ ମଧ୍ୟରେ ପରିସ୍ଥିତି ସ୍ବାଭାବିକ ହେବ ବୋଲି କୋର୍ଟ ଆଶା ପୋଷଣ କରିଛନ୍ତି। ସାଧାରଣ ସୁବିଧା ଉପଲବ୍ଧ ଲାଗି କେତେ ଦିନ ସମୟ ଲାଗିବ ବୋଲି ଆଟର୍ନି ଜେନେରାଲଙ୍କୁ କୋର୍ଟ ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ଆଟର୍ନି ଜେନେରାଲ କହିଥିଲେ ଯେ, ସ୍ଥିତିରେ ସୁଧାର ଆସିଲେ ଯଥାଶୀଘ୍ର ସାଧାରଣ ସୁବିଧା ସୁଯୋଗ ଯୋଗାଇ ଦିଆଯିବ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ମେନକା ଗୁରୁସ୍ବାମୀ ସାଧାରଣ ସୁବିଧା ସୁଯୋଗ କିଭଳି ଲୋକଙ୍କୁ ଯୋଗାଇ ଦିଆଯିବ ସେନେଇ ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri