Posted inଜାତୀୟ

ଜମ୍ମୁ-କଶ୍ମୀରରେ ପ୍ରବଳ ତୁଷାରପାତ : ଶ୍ରୀନଗରରେ ଯାତାୟାତ, ମୋବାଇଲ ସେବା ବ୍ୟାହତ

ଶ୍ରୀନଗର,୭।୧୧: ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ଗୁରୁବାର ପ୍ରବଳ ତୁଷାରପାତ ହୋଇଛି। ସକାଳୁ ପ୍ରବଳ ବରଫପାତ ହୋଇଥିବାରୁ ପ୍ରଖ୍ୟାତ ପର୍ଯ୍ୟଟନସ୍ଥଳୀ ଗୁଲମର୍ଗର ବିଭିନ୍ନ ସ୍ଥାନ ଓ ପାହାଡଗୁଡ଼ିକରେ ବରଫ ଚାଦର ଆସ୍ତରଣରେ ଆଚ୍ଛାଦିତ ହୋଇଯାଇଛି। ଏହାରି ଭିତରେ ଶ୍ରୀନଗରରେ ତୁଷାରପାତ ଯୋଗୁ ବଡ଼ ବଡ଼ ଗଛ ଭାଙ୍ଗି ରାସ୍ତାରେ ପଡ଼ିରହିଥିବାରୁ ହାଇଓ୍ବେ ଜାମ୍‌ ହୋଇଯାଇଛି। ଏଥିସହ ଜମ୍ମୁ ଓ ଶ୍ରୀନଗର ମଧ୍ୟରେ ସମସ୍ତ ସମ୍ପର୍କ ବିଚ୍ଛିନ୍ନ ହୋଇଯାଇଛି। କେବଳ ସେତିକି ନୁହେଁ ବହୁ ଅଞ୍ଚଳରେ ମୋବାଇଲ ସେବା ମଧ୍ୟ ବ୍ୟାହତ ରହିଛି। ଫଳରେ ଲୋକଙ୍କୁ ଅନେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ସୂଚନାଯୋଗ୍ୟ, କଶ୍ମୀର ଘାଟିରେ ୩ମାସ ପରେ ନଭେମ୍ବର ୧୧କୁ ରେଲଓ୍ବେ ସେବା ଆରମ୍ଭ କରିବାକୁ ଯୋଜନା କରାଯାଇଥିଲା। କିନ୍ତୁ ଏଠାରେ ଯେଉଁଭଳି ପାଗ ରହିଛି, ଲାଗୁଛି ଏହା ରେଲଓ୍ବେ ସେବା ଉପରେ ମଧ୍ୟ ପ୍ରଭାବ ପକାଇବ। ଅନ୍ୟପଟେ ଚଳିତ ବର୍ଷର ପ୍ରଥମ ତୁଷାରପାତକୁ ଦେଖିବା ପାଇଁ ପର୍ଯ୍ୟଟକଙ୍କ ସୁଅ ଛୁଟିଛି। ବରଫ ଚାଦର ଆସ୍ତରଣରେ ଢ଼ାଙ୍କିହୋଇଥିବା ପ୍ରାକୃତିକ ଦୃଶ୍ୟର ମଜା ଉଠାଇଛନ୍ତି ପର୍ଯ୍ୟଟକ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri