Posted inଜାତୀୟ

ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ ଅବଧି ବଢ଼ିଲା: ପ୍ରସ୍ତାବ ରାଜ୍ୟ ସଭାରେ ଗୃହୀତ

ନୂଆଦିଲ୍ଲୀ,୨ା୭(ପି.ଟି.): ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ କାର୍ଯ୍ୟକାଳ ଆଉ ୬ ମାସ ବଢ଼ାଇବା ପ୍ରସ୍ତାବ ସୋମବାର ରାଜ୍ୟସଭାରେ ଗୃହୀତ ହୋଇଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଉକ୍ତ ପ୍ରସ୍ତାବ ଆଗତ କରିଥିଲେ। ଚଳିତ ବର୍ଷ ଶେଷ ସୁଦ୍ଧା ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାରୁ ରାଷ୍ଟ୍ରପତି ଶାସନ ମିଆଦ ବଢ଼ାଇବା ଆବଶ୍ୟକ ପଡୁଛି ବୋଲି ସେ କହିଥିଲେ। ପ୍ରସ୍ତାବକୁ ବିଜେଡି ଏବଂ ସମାଜବାଦୀ ପାର୍ଟି (ଏସ୍‌ପି) ସମର୍ଥନ ଜଣାଇଥିଲେ। ଜୁଲାଇ ୩ରୁ ଆଉ ୬ ମାସ ପାଇଁ ଲାଗୁ ହେବାକୁ ଥିବା ରାଷ୍ଟ୍ରପତି ଶାସନ ପ୍ରସ୍ତାବ ଗତ ଶୁକ୍ରବାର ଲୋକ ସଭାର ଅନୁମୋଦନ ଲାଭ କରିଥିଲା।
ବିଧାନସଭା ନିର୍ବାଚନ ବିଳମ୍ବକୁ ନେଇ ବିରୋଧୀ ପ୍ରଶ୍ନ ଉଠାଇବାରୁ ଶାହ କହିଥିଲେ, ପୂର୍ବରୁ କେବେ ରମଜାନ ମାସରେ ଜମ୍ମୁ-କଶ୍ମୀରରେ ନିର୍ବାଚନ ହୋଇ ନଥିଲା। ଜୁନ୍‌ ୩୦ରୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ ଅମରନାଥ ଯାତ୍ରା ଏବଂ ଅକ୍ଟୋବର ପର୍ଯ୍ୟନ୍ତ ବକରଓ୍ବାଲ ସମ୍ପ୍ରଦାୟ ପର୍ବତାରୋହଣରେ ଯାଉଥିବାରୁ ଏହା ପରେ ନିର୍ବାଚନ କରିବାକୁ ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି।
ସେହିପରି ରାଜ୍ୟ ସଭାରେ ଶାହ ଆଣିଥିବା ଜମ୍ମୁ-କଶ୍ମୀର ସଂରକ୍ଷଣ (ସଂଶୋଧନ) ବିଲ୍‌, ୨୦୧୯ ମଧ୍ୟ ବାଚନିକ ଭୋଟରେ ଗୃହୀତ ହୋଇଯାଇଛି। ଏହି ବିଲ୍‌ ମଧ୍ୟ ପୂର୍ବରୁ ଲୋକ ସଭାରେ ଗୃହୀତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୫ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା…

TMCରେ ବଡ଼ ହଲଚଲ: ୨୦ ଜଣ ବିଦ୍ରୋହୀ ସାଂସଦଙ୍କ ଅଡୁଆ ବଢ଼ିଲା! ୭ ଦିନରେ…

କୋଲକାତା,୨୬।୮: ବିଦ୍ରୋହୀ ସାଂସଦମାନଙ୍କ ଜବାବ ମିଳିବା ପରେ ଲୋକସଭା ବାଚସ୍ପତିଙ୍କୁ ଏକ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିବ। ବିଦ୍ରୋହୀ ସାଂସଦମାନେ NCPIରେ ଯୋଗଦେବା ନିଷ୍ପତ୍ତିକୁ ସମ୍ବିଧାନର ଦଶମ…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri