Posted inରାଜ୍ୟ

ଜରନ୍ଦାପାଳ ପୋଲ ନିକଟରୁ ଗାଡ଼ି ମାଲିକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ, ଜଣେ ଅଟକ

କଳିଙ୍ଗନଗର,୮ା୬(ଡି.ଏନ୍‌.ଏ.): ଟମକା ଥାନା ଜରନ୍ଦାପାଳ ଛକ ନିକଟରୁ ଶୁକ୍ରବାର ସକାଳେ ପୋଲିସ ସ୍ଥାନୀୟ ଅଞ୍ଚଳର ଜଣେ ଗାଡି ମାଲିକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜରନ୍ଦାପାଳ ଗ୍ରାମର ନିରଞ୍ଜନ ସାହୁ(୪୦)। କଳିଙ୍ଗନଗର ଏଏସ୍‌ପି ରାଜକିଶୋର ଦୋରା ଓ ଟମକା ଥାନା ଅଧିକାରୀ ସଙ୍ଘମିତ୍ରା ନାୟକ ସାଇଣ୍ଟିଫିକ୍‌ ଟିମ୍‌ ଏବଂ ସନ୍ଧାନୀ କୁକୁର ସହିତ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ତଦନ୍ତ ବେଳେ ପୋଲିସ ମୃତଦେହ ନିକଟରୁ ଏକ ଛୁରୀ ପାଇଥିଲା। ଏଥିସହ ଘଟଣାସ୍ଥଳର କିଛି ଦୂରରେ ଥିବା ଜଣେ ବ୍ୟକ୍ତିଙ୍କ ଘରୁ ଏକ ଏୟାର ପିସ୍ତଲ, ଗୋଟିଏ ଛୁରୀ ଓ ୫ ମୋବାଇଲ ଫୋନ ଜବତ କିରିଛି। ସନ୍ଦେହରେ ସେହି ଘର ମାଲିକଙ୍କୁ ଥାନାରେ ଅଟକ ରଖା ଯାଇ ପଚରାଉଚରା ଜାରିରହିଛି। ମୃତକଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଥିବାରୁ ଏହା ଏକ ସୁପରିକଳ୍ପିତ ହତ୍ୟା କାଣ୍ଡ ବୋଲି ପୋଲିସ ଅନୁମାନ କରୁଛି। ଏ ନେଇ ଏକ ମାମଲା ନଂ-(୪୪/୧୯) ରୁଜୁ କରାଯାଇ ମୃତଦେହ ବ୍ୟବଚ୍ଛେଦ ପାଇଁ ଦାନଗଦୀ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ପୋଲିସ କହିଛି। ଅପରପକ୍ଷେ ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ଏବଂ କ୍ଷତିପୂରଣ ଦାବିରେ ଗ୍ରାମବାସୀ ଡୁବୁରୀ ଟମକା ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ପୋଲିସ ପହଞ୍ଚତ୍ ଗ୍ରାମବାସୀଙ୍କ ସହ ଆଲୋଚନା କରିବା ପରେ ରାସ୍ତା ଅବରୋଧ ହଟିଥିବା ଜଣାପଡିଛି।
ପ୍ରକାଶ ଯେ, ନିରଞ୍ଜନ ଗୁରୁବାର ସନ୍ଧ୍ୟାରେ କୌଣସି କାମରେ ଘରୁ ବାହାରକୁ ଯାଇ ଫେରି ନ ଥିଲେ। ବହୁ ଖୋଜାଖୋଜି ପରେ ମଧ୍ୟ ପରିବାର ଲୋକେ ତାଙ୍କର ଖବର ପାଇ ନ ଥିଲେ। ସକାଳେ ଘର ପାଖ ପୋଲର ଏକ ଖାଲରେ ତାଙ୍କ ମୃତଦେହ ପଡିଥିବା ଦେଖି ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ। ତେବେ ମୃତ ନିରଞ୍ଜନ ଦୀର୍ଘବର୍ଷ ଧରି ଗାଡି ବ୍ୟବସାୟ କରି ଆସୁଥିଲେ। ତେଣୁ ବ୍ୟବସାୟୀକ ଶତ୍ରୁତାକୁ ନେଇ କେହି ତାଙ୍କୁ ହତ୍ୟା କରିଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri