ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିିରହିଛି ଶୀତଳଭଣ୍ଡାର

ଭବାନୀପାଟଣା,୧୮।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଆଦିବାସୀ ହରିଜନ ଲୋକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ପାଇଁ ସରକାରଙ୍କ ଅନେକ ଯୋଜନା ପ୍ରସ୍ତୁତ ହୋଇଛି । ହେଲେ ଉକ୍ତ ବ୍ଲକରେ ଏହାର କୌଣସି ସୁଫଳ ମିଳି ନ ଥିବା ଦେଖିବାକୁ ମିଳିିଛି । ରାଜ୍ୟ ସରକାର ୧୪ ଲକ୍ଷ ଟଙ୍କା ବ୍ୟୟରେ ଏକ ଶୀତଳ ଭଣ୍ଡାର ନିର୍ମାଣ କରିଥିଲେ। ସ୍ଥାନୀୟ ଆଦିବାସୀଙ୍କ ବିଭିନ୍ନ ପନିପରିବା ଚାଷରୁ ଉପତ୍ାଦନ ପନିପରିବାକୁ ଶୀତଳ ଭଣ୍ଡାରରେ ରଖି ପରବର୍ତ୍ତୀ ସମୟରେ ଉଚ୍ଚ ଦରରେ ବିକ୍ରିକରି ନିଜ ପରିବାର ପୋଷଣରେ ସହାୟକ ହେବ ବୋଲି ଏହା ନିର୍ମାଣ ହୋଇଥିଲ। ମାତ୍ର ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ଯୋଗୁ ଏହି ଶୀତଳ ଭଣ୍ଡାର ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି । ଫଳରେ ଏଠାକାର ଲୋକେ ଶୀତଳ ଭଣ୍ଡାର ସୁବିଧାରୁ ମଧ୍ୟ ବଞ୍ଚତ୍ତ ହେଉଛନ୍ତି ।
ଅନ୍ୟପକ୍ଷେ ୨୦୧୩ ମସିହାରୁ ଶୀତଳ ଭଣ୍ଡାରରେ କାର୍ଯ୍ୟରତ ଏକ ଜଗୁଆଳି ୫ ବର୍ଷ ହେବ କୌଣସି ପ୍ରାପ୍ୟ ପାଇ ନ ଥିବା ଅଭିଯୋଗ ହେଉଛି । ଏ ନେଇ ଉକ୍ତ ଅଞ୍ଚଳର ଚାଷୀମାନେ ଅନେକ ସମୟରେ ବିଭାଗୀୟ କର୍ମଚାରୀଙ୍କୁ ଅବଗତ କରୁଥିଲେ ମଧ୍ୟ ସେମାନେ କୌଣସି ପଦକ୍ଷେପ ନେଉ ନ ଥିବା ଅଭିଯୋଗ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri