ଜରୁରୀକାଳୀନ ପାସ୍‌ ଦେବାକୁ ଡାକ୍ତର ନେଲେ ଲାଞ୍ଚ, ସିଡିଏମ୍‌ଓଙ୍କ ନିର୍ଦ୍ଦେଶ ପରେ ତଦନ୍ତ ଆରମ୍ଭ

କାକଟପୁର, ୨୬।୪(ଡି.ଏନ.ଏ): ଲକ୍‌ଡାଉନ ସମୟରେ ବାହାରକୁ ଯିବା ପାଇଁ ଆବଶ୍ୟକ ଜରୁରୀକାଳୀନ ପାସ୍‌ ଦେବାକୁ କାକଟପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତର ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି। ସିଡିଏମ୍‌ଓଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ବାଙ୍ଗୁରୀଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଡା. ଆଶିଷ ମହାପାତ୍ର ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ସୂଚନା ଅନୁଯାୟୀ, କେତେଜଣ ସାମାଜିକ କର୍ମୀ ଜଣେ ରୋଗୀଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ନେବା ପାଇଁ ପାସ୍‌ ଆଣିବାକୁ କାକଟପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ସେତେବେଳେ ଡ୍ୟୁଟିରେ ଥିବା ଡାକ୍ତର ଜଣଙ୍କ ସନ୍ଧ୍ୟାରେ କ୍ୱାର୍ଟର୍ସକୁ ଆସ, ପାସ୍‌ ନେଇଯିବ ବୋଲି କହିଥିଲେ। ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଡାକ୍ତର ତାଙ୍କ କ୍ୱାର୍ଟର୍ସରେ ପାସ୍‌ ଦେବା ବେଳେ ସିଧାସଳଖ ଟଙ୍କା ମାଗିଥିଲେ। ଟଙ୍କା ମାଗିବା ଓ ଗ୍ରହଣ କରିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାପରେ ଏବେ ଘଟଣାଟି ପଦାକୁ ଆସିଛି। ଉକ୍ତ ଭିଡିଓରେ ଲୋକେ ପାସ୍‌ ପାଇଁ ଟଙ୍କା ଦେଉଥିବା ସମ୍ପୃକ୍ତ ଡାକ୍ତର ସ୍ବୀକାର କରିଥିବା ଶୁଣିବାକୁ ମିଳିଛି। ଏଠାରେ ସୂଚନା ଯୋଗ୍ୟ, ୮ମାସ ତଳେ ସମ୍ପୃକ୍ତ ଡାକ୍ତରଙ୍କ ଆଉ ଏକ କାର୍ଯ୍ୟକୁ ନେଇ ହୋହଲ୍ଲା ହେବା ପରେ ତାଙ୍କୁ ବାଲିଦୋକାନ ସ୍ବାସ୍ଥ୍ୟକେନ୍ଦ୍ରକୁ ବଦଳି କରାଯାଇଥିଲା। କିନ୍ତୁ ୬ମାସ ପରେ ପୁଣି ତାଙ୍କୁ କାକଟପୁରରେ ଅବସ୍ଥାପିତ କରାଯାଇଛି। ଏବେ ଲାଞ୍ଚ ଘଟଣାର ତଦନ୍ତ ପାଇଁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ବାଙ୍ଗୁରୀଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଆଶିଷ ମହାପାତ୍ରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ ରିପୋର୍ଟ ମିଳିବା ପରେ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଡିଏମ୍‌ଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri