ଜରୁରୀ ସାମଗ୍ରୀ ପରିବହନ କରିବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): କରୋନା ସଂକ୍ରମଣ ମୁକାବିଲା ଲାଗି ସମଗ୍ର ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀର ପରିବହନରେ ସମସ୍ୟା ସୃଷ୍ଟି ହୋଇଛି। ଏଭଳିସ୍ଥିତିରେ ପୂର୍ବତଟ ରେଳପଥ ଜରୁରୀକାଳୀନ ସାମଗ୍ରୀର ପରିବହନ ଲାଗି ସହଯୋଗର ହାତ ବଢାଇଛି। ରେଳପଥ ପକ୍ଷରୁ ସମସ୍ତ ପ୍ରକାର ମେଡିକାଲ ଉପକରଣ ସହ ଦୁଗ୍ଧଜାତ ଦ୍ରବ୍ୟ, ଗ୍ରସେରି, ତେଲ ଓ ବିଭିନ୍ନ ଖାଦ୍ୟ ସାମଗ୍ରୀର ପରିବହନ କରିବାକୁ ବ୍ୟବସ୍ଥା ହୋଇଛି। ଭାରତୀୟ ରେଳପଥର ନିଷ୍ପତ୍ତି ଆଧାରରେ ପୂର୍ବତଟ ରେଳପଥ ୨୦ଟି ପର୍ଯ୍ୟନ୍ତ ପାର୍ସଲ ଭ୍ୟାନ୍‌ ବା ଭିପିୟୁ ଥିବା ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ। ଏଥିପାଇଁ ଏହି ଟ୍ରେନଗୁଡିକର ନିର୍ଦ୍ଧାରିତ ସମୟ ସ୍ଥିର ହୋଇଥିବାବେଳେ ନୂତନ ସମୟ ପାଇଁ ଆଗ୍ରହୀ ସଂସ୍ଥା, ବ୍ୟବସାୟୀ କିମ୍ବା ବ୍ୟକ୍ତିବିଶେଷ ତୁରନ୍ତ ପୂର୍ବତଟ ରେଳପଥ ଅଧିକାରୀଙ୍କୁ ଯୋଗାଯୋଗ କରିବାକୁ କୁହାଯାଇଛି। ବିଶାଖାପଟନମ୍‌ରୁ ହାଓ୍ବଡ଼ା ପର୍ଯ୍ୟନ୍ତ ହାଇଦ୍ରାବାଦ-ହାଓ୍ବଡ଼ା ଏକ୍ସପ୍ରେସ୍‌ ଓ ବିଶାଖାପଟନମ୍‌ରୁ ଗୌହାଟୀ ପର୍ଯ୍ୟନ୍ତ ବାଙ୍ଗାଲୋର-ଗୌହାଟୀ ପାର୍ସଲ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିବ। ଏହାପରେ ପରିସ୍ଥିତିକୁ ଦେଖି ଚାହିଦା ମୁତାବକ ଅଧିକ ପାର୍ସଲ କାର୍ଗୋ ଟ୍ରେନ୍‌ର ଚଳାଚଳ କରିବାକୁ ରେଳପଥ ନିଷ୍ପତ୍ତି ନେବ ବୋଲି କୁହାଯାଇଛି। ପୂର୍ବରୁ ପଶ୍ଚିମ ରେଳପଥ ପକ୍ଷରୁ ଅହମ୍ମଦାବାଦରୁ କଟକ ପର୍ଯ୍ୟନ୍ତ ଏକ ସ୍ବତନ୍ତ୍ର ପାର୍ସଲ ଟ୍ରେନ୍‌ ଚଳାଚଳ କରିବାକୁ ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri