Posted inଖେଳ

ଜର୍ମାନୀରେ ଫସିଲେ ବିଶ୍ୱ ଚାମ୍ପିୟନ ଚେସ ଖେଳାଳି ବିଶ୍ୱନାଥନ

ନୂଆଦିଲ୍ଲୀ,୧୬।୩- କରୋନା ଭାଇରସର ପ୍ରକୋପ ଯୋଗୁ ବିଶ୍ୱର ସମସ୍ତ କ୍ରୀଡ଼ା ଇଭେଣ୍ଟ ପ୍ରଭାବିତ ହୋଇଛି। ଏଥିରୁ ଚେସ୍‌ କ୍ରୀଡ଼ା ମଧ୍ୟ ବର୍ତ୍ତି ପାରିନାହିଁ। ବୁଣ୍ଡେସଲିଗା ଚେସ ଲିଗ୍‌ ବାତିଲ ହୋଇଯାଇଛି। ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବା ପାଇଁ ଜର୍ମାନୀ ଯାଇଥିବା ପାଞ୍ଚ ଥର ବିଶ୍ୱ ଚାମ୍ପିୟନ ବିଶ୍ୱନାଥନ ଆନନ୍ଦ ସେଠାରେ ଫସିରହିଛନ୍ତି। ତାଙ୍କର ସୋମବାର ଜର୍ମାନୀରୁ ଚେନ୍ନାଇ ଫେରିବାର ଥିଲା। କିନ୍ତୁ ଭାଇରସ ଯୋଗୁ ବିଶ୍ୱନାଥଙ୍କୁ ଜର୍ମାନୀରେ ଅଟକିବାକୁ ପଡ଼ିଛି। ୫୦ ବର୍ଷୀୟ ଆନନ୍ଦ ଫ୍ରାଙ୍କଫଟ ନିକଟରେ ରହିଛନ୍ତି ବୋଲି ସ୍ତ୍ରୀ ଅରୁଣା କହିଛନ୍ତି। ଚେସ୍‌ ଆଇକନ ଏବେ ନିଜକୁ ଅନ୍ୟମାନଙ୍କଠାରୁ ଦୂରେଇ ରଖିବେ। ଏହି ସମୟରେ ସେ ରୁଷିଆର ଏକାଟେରିନବର୍ଗଠାରେ ଫିଡେ କ୍ୟାଣ୍ଡିଡେଟ୍‌ ଟୁର୍ନାମେଣ୍ଟରେ କମେଣ୍ଟ୍ରି କରିବେ। ଏଥିଯୋଗୁ ସେ ବ୍ୟସ୍ତ ରହିବେ। ତାଙ୍କ ଫେରିବା ଯୋଜନା ସମ୍ପର୍କରେ କିଛି ସ୍ପଷ୍ଟ ଜଣାନାହିଁ। ମାତ୍ର ଚଳିତ ମାସ ଶେଷ ଭାଗରେ ସେ ଫେରିପାରନ୍ତି ବୋଲି ତାଙ୍କ ସ୍ତ୍ରୀ ଅରୁଣା କହିଛନ୍ତି। ପରିସ୍ଥିତି ସଂଘାତିକ। କିନ୍ତୁ ଆମେ ଯୋଗାଯୋଗରେ ଅଛୁ ବାଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?