Posted inଖେଳ

ଜର୍ମାନୀ, ନେଦରଲାଣ୍ଡ୍ସ, ଫିନ୍‌ଲାଣ୍ଡରେ ମୋଟୋ ଗ୍ରାଁ ପ୍ରି ରେସ୍‌ ବାତିଲ

ପ୍ୟାରିସ୍‌,୩୦।୪ (ଏଏଫ୍‌ପି): କୋଭିଡ-୧୯ ମହାମାରୀ କାରଣରୁ ଜର୍ମାନୀ, ନେଦରଲାଣ୍ଡ୍ସ ଓ ଫିନ୍‌ଲାଣ୍ଡରେ ଆୟୋଜନ ହେବାକୁଥିବା ମୋଟୋ ଗ୍ରାଁ ପ୍ରି ରେସ୍‌ଗୁଡିକୁ ବାତିଲ କରାଯାଇଛି। ଜୁନ୍‌ ଓ ଜୁଲାଇରେ ଏହି ରେସ୍‌ଗୁଡିକ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ଏଗୁଡିକୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ଅନ୍ତର୍ଜାତୀୟ ମୋଟୋର ସାଇକ୍ଲିଂ ଫେଡେରେଶନ (ଏଫ୍‌ଆଇଏମ୍‌) ଓ ପ୍ରମୋଟର ଡୋର୍ନା ସ୍ପୋଟର୍‌ସ ତରଫରୁ ଘୋଷଣା କରାଯାଇଛି। କରୋନ ଭାଇରସ ସଂକ୍ରମଣ କାରଣରୁ ଏପରି କଷ୍ଟକର ନିଷ୍ପତ୍ତି ନେବାକୁ ହେଲା ବୋଲି କୁହାଯାଇଛି।
ଜର୍ମାନ ଗ୍ରାଁ ପ୍ରି ଜୁନ୍‌ ୧୯ରୁ ୨୧ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ସେହିପରି ଡଚ୍‌ ମୋଟୋ ଗ୍ରାଁ ପ୍ରି ଜୁନ୍‌ ୨୬ରୁ ୨୮ ଓ ଫିନ୍‌ଲାଣ୍ଡରେ ମୋଟୋ ରେସ୍‌ ଜୁଲାଇ ୧୦ରୁ ୧୨ ତାରିଖ ମଧ୍ୟରେ ଆୟୋଜନ ହୋଇଥାନ୍ତା। କରୋନ ଭାଇରସ ସଂକ୍ରମଣକୁ ରୋକିବା ପାଇଁ ଏହି ୩ଟି ଦେଶରେ ଲୋକଙ୍କୁ ଏକାଠି ହେବାକୁ ମନା କରାଯାଇଛି। ଏହି ୩ଟି ରେସ୍‌ ବାତିଲ କରିବା ନିଷ୍ପତ୍ତି ନିହାତି କଷ୍ଟକର ଥିଲା ବୋଲି ଡୋର୍ନା ମୁଖ୍ୟ କାର୍ଯ୍ୟ ନିର୍ବାହୀ କାର୍ମେଲୋ ଏଜପେଲେଟା କହିଛନ୍ତି। ପୂର୍ବରୁ ୨୦୨୦ ସେସନର ପ୍ରଥମ ୮ ରାଉଣ୍ଡ ବାତିଲ କରାଯାଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri