ଜର୍ମାନୀ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାରେ ଯୋଗଦେବ ସି.ଭି. ରମଣ

ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ଜର୍ମାନୀର ମୁନିଚ୍‌ଠାରେ ହେବାକୁ ଥିବା ବିଶ୍ୱବିଦ୍ୟାଳୟ ଚାମ୍ପିୟନଶିପ୍‌ ପାଇଁ ସି.ଭି. ରମଣ ଇଞ୍ଜିନିୟରିଂ କଲେଜ ଯୋଗ୍ୟ ବିବେଚିତ ହୋଇଛି। ଚଳିତବର୍ଷ ମୁମ୍ବାଇର ଆଇଫାଟ୍‌-୧୯ ଆନୁକୂଲ୍ୟରେ ଅନୁଷ୍ଠିତ ଓ୍ବାଟର ରିସୋର୍ସ ମ୍ୟାନେଜମେଣ୍ଟ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାରେ ସି.ଭି. ରମଣ କଲେଜର ଅଶ୍ୱଥା ନାରାୟଣ, ଡି. କିଷାନ ଆଚାରି ଓ ତାନ୍ୟା ପାଲ୍‌ ଦଳଗତ ଭାବେ ପ୍ରଥମ ସ୍ଥାନ ଅଧିକାର କରି ଏହି ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ। ଏହି ଦଳ କୌଣସି ଏକ ସହରର ଜଳ, ପ୍ରଦୂଷିତ ଜଳ, ଆବର୍ଜନା ଓ ଶକ୍ତି ବ୍ୟବହାର ପାଇଁ ଏକ ଉତ୍କୃଷ୍ଟମାନର ଡିଜାଇନ୍‌ ପ୍ରସ୍ତୁତ କରି ପ୍ରଦର୍ଶନ କରିବେ। ଏହି ପ୍ରତିଯୋଗିତାରେ ତୁର୍କୀ, ୟୁରେସିଆ, ଦକ୍ଷିଣ ଆଫ୍ରିକା, ଚାଇନା, ଜର୍ମାନୀ, ଅଷ୍ଟ୍ରିଆ ସହ ଅନ୍ୟ ଦେଶର ବିଜେତା ଦଳ ଭାଗନେବେ। ଏହି ପ୍ରତିଯୋଗିତା ଯୁବ ଇଞ୍ଜିନିୟରଙ୍କ ମଧ୍ୟରେ ଜଳ ସଂରକ୍ଷଣ ଓ ଉଚିତ୍‌ ବ୍ୟବହାର ପାଇଁ ନୂଆ ଏବଂ ଉନ୍ନତ ପଦ୍ଧତି ପ୍ରସ୍ତୁତ କରିବାରେ ସହାୟକ ହେବ ବୋଲି କଲେଜ ଚେୟାରମ୍ୟାନ ସଞ୍ଜୀବ କୁମାର ରାଉତ କହିଛନ୍ତି। ଡି.ଡବ୍ଲୁ.ଏ ଜର୍ମାନ ଆସୋସିଏଶନର ମୁଖ୍ୟ ରୁଡିଗର୍‌ କହିଛନ୍ତି, ଭାରତର ନଦୀ ଓ ସହରର ପ୍ରଦୂଷିତ ଜଳକୁ ଉନ୍ନତ ଜ୍ଞାନକୌଶଳ ଦ୍ୱାରା ବିଶୋଧନ କରି ଜନସାଧାରଣ, ଶିଳ୍ପ ସଂସ୍ଥା ଓ କୃଷକଙ୍କୁ ଯୋଗାଇବା କ୍ଷେତ୍ରରେ ଏହି ପ୍ରତିଯୋଗିତା ବିଶେଷ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri