ଜଳପଥରେ ଦୁର୍ଗମ ଗ୍ରାମକୁ ଗଲେ ଉପଜିଲାପାଳ: ସ୍ଥାନାନ୍ତର ହେବେ ୭୫ ଆଦିବାସୀ ପରିବାର

ପାତ୍ରପୁର,୮ା୯(ଡି.ଏନ୍‌.ଏ.)- ବାଘଲଟି ପ୍ରକଳ୍ପ ଆରପଟେ ପାହାଡ଼ ଉପରେ ଥିବା ପାତ୍ରପୁର ବ୍ଲକ ଆଙ୍କୁଲି ପଞ୍ଚାୟତର ଦୁର୍ଗମ ଗ୍ରାମକୁ ରବିବାର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ, ତହସିଲଦାର ଡ. ଶ୍ରୀନିବାସ ବେହେରା ଗସ୍ତ କରିଛନ୍ତି। ସେହି ଗ୍ରାମ ଗୁଡିକ ହେଲା ବଣିଆବସା, ଶିରିଶଗଣ୍ଡ, ମଝିବଣ, ଏଲଗଲ, ବେହେରାପୁଟୁ ପ୍ରମୁଖ। ବାଘଲଟି ଜଳ ପ୍ରକଳ୍ପରୁ ବୋଟଯୋଗେ ଉପଜିଲାପାଳ, ତହସିଲଦାର, ଖାରିଆଗୁଡ଼ା ଆର୍‌ଆଇ କ୍ଷୀରସିନ୍ଧୁ ବେହେରା, ଜରଡ଼ା ଆର୍‌ଆଇ ପ୍ରକାଶ ମଲିକ ପ୍ରମୁଖ ଯାଇ ସେଠାରେ ପହଞ୍ଚତ୍ଥିଲେ। ଗ୍ରାମବାସୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ଜଳଭଣ୍ଡାର ଆରପଟେ ରହୁଥିବାରୁ ବିପଦପୂର୍ଣ୍ଣ ଭାବେ ଗମନାଗମନ ସହ ବିଭିନ୍ନ ସରକାରୀ ଯୋଜନାରୁ ବଞ୍ଚତ୍ତ ହେଉଛନ୍ତି। ପାହାଡ ଉପରୁ ଆସି ଜଳଭଣ୍ଡାର ଆରପଟେ ସମତଳ ଜାଗାରେ ରହିବାକୁ ଉପଜିଲାପାଳ ଭାଉସାହେବ ପରାମର୍ଶ ଦେଇଥିଲେ। ତିତ୍‌ଲି ବାତ୍ୟାରେ କ୍ଷତିଗ୍ରସ୍ଥ ଆଦିବାସୀଙ୍କୁ ଏଯାଏ କ୍ଷତି ପୂରଣ ମିଳି ନ ଥିବା ଗ୍ରାମବାସୀ ଅଭିଯୋଗ କରିଥିଲେ। ଏନେଇ ଅଁଳାଗୁମ୍ମା ଓ ମାଡୁଆଗୁମ୍ମା ନିକଟରେ ତହସିଲଦାର ଓ ଆର୍‌ଆଇଙ୍କ ସହ ଉପଜିଲାପାଳ ଚିହ୍ନଟ ହୋଇଥିବା ଜାଗା ଦେଖିଥିଲେ। ୭୫ ଆଦିବାସୀ ପରିବାରଙ୍କୁ ସ୍ଥାନାନ୍ତର ସହ ଆବାସ ଯୋଜନାରେ ଘର ଯୋଗାଇ ଦେବାକୁ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri