Posted inଜାତୀୟ

ଜଳବାହିତ ରୋଗରେ ପ୍ରତି ୪ ଘଣ୍ଟାରେ ଜଣେ ଲୋକଙ୍କ ମୃତ୍ୟୁ ଘଟୁଛି: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟ

ନୂଆଦିଲ୍ଲୀ,୨୯।୬: ଜଳବାହିତ ରୋଗରେ ଦେଶରେ ପ୍ରତି ୪ ଘଣ୍ଟାରେ ଜଣେ ଲୋକଙ୍କର ମୃତ୍ୟୁ ଘଟୁଛି। ସେହିପରି ପ୍ରତିଦିନ ୩୬ ହଜାରରୁ ଅଧିକ ଲୋକ ବିଭିନ୍ନ ଜଳବାହିତ ରୋଗରେ ସଂକ୍ରମିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରତିଦିନ ୭ରୁ ଅଧିକ ଜଣଙ୍କର ମୃତ୍ୟୁ ଘଟୁଛି। ଏନେଇ ସେଣ୍ଟ୍ରାଲ ବ୍ୟୁରୋ ଅଫ୍‌ ହେଲଥ୍‌ ଇଣ୍ଟେଲଜେନ୍ସ୍‌ ଏବଂ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ରିପୋର୍ଟରେ ପ୍ରକାଶ ପାଇଛି। ଗତ ୫ ବର୍ଷ ମଧ୍ୟରେ ବିଭିନ୍ନ ଜଳବାହିତ ରୋଗରେ ୧୧ହଜାର ୭ଶହ ୬୮ ଲୋକଙ୍କର ମୃତ୍ୟୁ ଘଟିଛି। ସେହିପରି ୭.୬ କୋଟି ଲୋକ ଏଭଳି ରୋଗ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ୨୦୧୮ରେ କଲେରା, ଡାଇରିଆ, ଟାଇଫଏଡ୍‌, ହେପାଟାଇଟିସ୍‌ ଆଦି ରୋଗରେ ୨ ହଜାର ୪ ଶହ ୩୯ ଲୋକଙ୍କର ମୃତ୍ୟୁ ଘଟିଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ସେମାନଙ୍କ ମଧ୍ୟରେ ୧ ହଜାର ୪ ଶହ ୫୦ ଜଣ ୫ ବର୍ଷରୁ କମ୍‌ ବୟସ୍କ ଶିଶୁ ରହିଛନ୍ତି। ୨୦୧୮ରେ ୫ ଶହ ୮୪ ଜଣଙ୍କର ହେପାଟାଇଟିସ୍‌ରେ ମୃତ୍ୟୁ ଘଟିଛି। ୨୦୧୪ଠାରୁ ମୃତକଙ୍କ ସଂଖ୍ୟା ବଢୁଥିବା ଏହି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri