ଜଳସେଚନ ବିଭାଗ ଶୁଣିଲାନି, କେନାଲ ସଫେଇ କଲେ ଗ୍ରାମବାସୀ

କର୍ଲାମୁଣ୍ଡା,୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ପାଣି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଆସିଥିବା ଡୁକେରମାଲ କେନାଲ (ସବ୍‌ମାଇନର -୧)କୁ ରବିବାର ସ୍ବେଚ୍ଛାକୃତ ଭାବେ କର୍ଲାମୁଣ୍ଡା ଗ୍ରାମବାସୀ ସଫେଇ କରିଛନ୍ତି। ଉତେଇ ଜଳସେଚନ ବିଭାଗ ପକ୍ଷରୁ ଜୁନ୍‌ ମାସ ଭିତରେ କେନାଲ ସଫା ହେବା କଥା। କାରଣ ଚାଷ ସମୟରେ ଜମିରେ ଠିକ୍‌ ଭାବେ ପାଣି ପହଞ୍ଚତ୍ଥାଏ। ତେବେ ବର୍ତ୍ତମାନ ସୁଦ୍ଧା ବିଭାଗ ପକ୍ଷରୁ କେନାଲଗୁଡିକର ବେଡ୍‌ ସଫେଇ ହୋଇ ନ ଥିବାରୁ ପାଣି ଶେଷମୁଣ୍ଡରେ ପହଞ୍ଚିପାରିନାହିଁ। ଫଳରେ ଚାଷକାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ରବିବାର କର୍ଲାମୁଣ୍ଡା (ବସ୍ତି)ର ଚାଷୀ ନନ୍ଦିକିଶୋର ଭୋଇ, ପୁଷ୍ପବିନ୍ଦ ସାହୁ, ଆର୍ତ୍ତତ୍ରାଣ ସାହୁ, ଅଜିତ ସାହୁ, ଯତୀନ ସାହୁ, ମଣ୍ଟୁ ନାଏକ, ଧନେଶ୍ୱର ସାହୁ, ବିପିନ ସାହୁ, ଜୟଶଙ୍କର ସାହୁ, ହିରାମଣି ସାହୁଙ୍କ ସମେତ ପ୍ରାୟ ୩୦ ଜଣ ଚାଷୀ ସ୍ବେଚ୍ଛାକୃତ ଭାବେ ଆଗେଇ ଆସି କେନାଲର ପ୍ରାୟ ୧୫ ଶହ ମିଟର ପର୍ଯ୍ୟନ୍ତ ସଫେଇ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ଉନ୍ନତି, ଶୃଙ୍ଖଳା ଉପରେ ଗୁରୁତ୍ୱ

କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରସ୍ବତୀ ଶିଶୁମନ୍ଦିର ପରିସରରେ ଶିକ୍ଷା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ମାର୍କଣ୍ଡ ପାଢ଼ୀଙ୍କ…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri