ଜଳାଶୟର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ ଲାଗି ନିଷ୍ପତ୍ତି

ବାଲେଶ୍ୱର ଅଫିସ, ୧୪।୧୦-ବାଲେଶ୍ୱର ସହର ନିଳିଆବାଗସ୍ଥିତ କାର୍ଯ୍ୟାଳୟରେ ‘ଜଳସମ୍ପଦ ଓ ପରିବେଶ ସୁରକ୍ଷା ସମିତି’ ବାଲେଶ୍ୱର ଶାଖା ପକ୍ଷରୁ ସୋମବାର ଜଳସମ୍ପଦ ଓ ପରିବେଶ ସୁରକ୍ଷା ସହ ଜଳକୈନ୍ଦ୍ରିକ ସମସ୍ୟାର ସମାଧାନ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ଆବାହକ ଶୁଭଙ୍କର ମହାପାତ୍ର ଆଲୋଚନା ସମ୍ପର୍କରେ ପ୍ରାକ୍‌ କଥା ଉପସ୍ଥାପନ କରିଥିଲେ। ସଂଯୋଜକ ପ୍ରତାପ ଚନ୍ଦ୍ର ନାୟକ କିଛିଦିନ ପୂର୍ବରୁ ଶେଷ ହୋଇଥିବା ଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ‘ଇଣ୍ଡିଆ ୱାଟର ଉଇକ୍‌’ରେ ଅଂଶଗ୍ରହଣ କରି ସାମ୍ପ୍ରତିକ ଅନ୍ତର୍ଜାତୀୟ ଓ ଜାତୀୟ ସ୍ତରରେ ଜଳସମ୍ପଦ ଓ ପରିବେଶ ସୁରକ୍ଷା ସମ୍ବନ୍ଧୀୟ ନିଆଯାଉଥିବା ପଦକ୍ଷେପଗୁଡ଼ିକ ସମ୍ବନ୍ଧରେ ତଥ୍ୟ ଉପସ୍ଥାପନ କରିଥିଲେ।
ଆଲୋଚନାରେ ପରିବେଶବିତ୍‌ ଡ. ଅଶୋକ କୁମାର ପାଣିଗ୍ରାହୀ ରାସାୟନିକ ସାର ଓ ଔଷଧର ପ୍ରୟୋଗ ଜଳ, ପରିବେଶ ଉପରେ ପଡୁଥିବା କୁପ୍ରଭାବ ଉପରେ ପ୍ରକାଶ କରିଥିଲେ। ପ୍ରଶାନ୍ତ ପାଢ଼ୀ ଭୂଗର୍ଭ ଜଳର ସୁରକ୍ଷା ପାଇଁ ଭୂପୃଷ୍ଠରେ ଥିବା ଜଳାଶୟ ସମୂହର ସୁରକ୍ଷା ପାଇଁ ଗୁରୁତ୍ୱାରୋପ କରିଥିଲେ। ସାମାଜିକ କର୍ମୀ ଗୋବିନ୍ଦ ଦଳେଇ ଜଳକୈନ୍ଦ୍ରିକ ସମସ୍ୟାର ସମାଧାନ ପାଇଁ ବିିଭିନ୍ନ ଗଣସଙ୍ଗଠନର ସହଯୋଗ ଆବଶ୍ୟକତା ରହିଛି ବୋଲି ମନ୍ତବ୍ୟ ରଖିଥିଲେ। ସବୁଜସାଥୀର ଆବାହକ ସପନ ମହାପାତ୍ର ବନୀକରଣକୁ ସରକାର ଓ ଜନସାଧାରଣ ପ୍ରାଥମିକତା ଦେବାପାଇଁ ସଚେତନତା ସୃଷ୍ଟି କରିବାକୁ ଆବେଦନ କରିଥିଲେ। ସେହିପରି ଡ. ପ୍ରମୋଦ ପଣ୍ଡା, ଧୀରେନ୍ଦ୍ର ପାଣି, ଇଂ. ପ୍ରଦୀପ ମହାନ୍ତି ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ପରିବେଶ ଓ ଜଳସମ୍ପଦର ସୁରକ୍ଷାର ବାର୍ତ୍ତା ସ୍କୁଲ୍‌ ଛାତ୍ରୀଛାତ୍ରଙ୍କଠାରେ ପହଞ୍ଚାଇବା ପାଇଁ ମତପୋଷଣ କରିଥିଲେ। ବାଲେଶ୍ୱର ସହର ପାଖରେ ଥିବା ବୃହତ୍‌ ଜଳାଶୟଗୁଡ଼ିକର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ଉଦ୍ୟମ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ବୁଦ୍ଧିଜୀବୀ, ବିଭିନ୍ନ ଗଣ ସଙ୍ଗଠନ ଓ ଜନପ୍ରତିନିଧିମାନଙ୍କ ସହଯୋଗରେ ଆଗାମୀ ଦିନରେ ସଚେତନତା କାର୍ଯ୍ୟକ୍ରମକୁ ଜିଲାବ୍ୟାପୀ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଚକ୍ରଧର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri