ଜଳିଗଲା କୋଇଲା ବୋଝେଇ ଟ୍ରକ

ପରଜଙ୍ଗ,୨୮।୧୨(ଡି.ଏନ.ଏ.)-ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧିନ ୫୩ନଂ. ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଚଳନ୍ତା କୋଇଲା ବୋଝେଇ ଟ୍ରକ ଜଳିଯାଇଛି। ଏଥିରେ ଅଳ୍ପକେ ଚାଳକ ଓ ହେଲପର ବର୍ତ୍ତିଯାଇଛନ୍ତି।
ପ୍ରକାଶ ଯେ,ଉକ୍ତ କୋଇଲା ବୋଝେଇ ଟ୍ରକ(ନଂ.ଓଆର୦୫ ଏକ୍ସ-୦୯୨୨) ତାଳଚେରରୁ ପିତିରି ଅଭିମୁଖେ ଯାଇଥିବାବେଳେ ହଠାତ୍‌ ଟ୍ରକ ବାମପାର୍ଶ୍ୱରୁ ନିଆଁ ଲାଗିଥିବା ଚାଳକ ଦେଖିବାକୁ ପାଇଥିଲେ। ପରେ ଗାଡ଼ିଟିକୁ ରାସ୍ତାକଡରେ ଛିଡା କରିଦେଇଥିଲେ। ଖବରପାଇ ପରଜଙ୍ଗ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ସୁଦ୍ଧା ସେତେବେଳକୁ ଟ୍ରକଟି ସମ୍ପୂର୍ଣ୍ଣ ଜଳିଯାଇଥିଲା। ସରାଙ୍ଗ ଫାଣ୍ଡି ଅଧିକାରୀ ଦାମଦୋର ସାହୁ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

ଜୀବନ ରକ୍ଷାକାରୀ ମେଡିସିନ ଦର ୫୦% ବଢ଼ାଇଲେ ସରକାର: କ୍ୟାନ୍‌ସର ଔଷଧ, ଟିଟାନସ୍‌ ମହଙ୍ଗା

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ରନ୍ଧନ ଗ୍ୟାସ (ଏଲ୍‌ପିଜି), ପେଟ୍ରୋଲ ଓ ଡିଜେଲ ପରେ ଏବେ ଜୀବନ ରକ୍ଷାକାରୀ ଜରୁରିକାଳୀନ ଔଷଧ ଉପରେ ପଶ୍ଚିମ ଏସିଆ ଯୁଦ୍ଧର ସାଙ୍ଘାତିକ ପ୍ରଭାବ ଦେଖିବାକୁ ମିଳିଛି।…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri