ଜଳିଗଲା ଟମାଟୋ ବୋଝେଇ ଟ୍ରକ

ବସ୍ତା, ୨୪।୬(ସ୍ବ.ପ୍ର.)- ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଭେଲୋରା -ରାଜଘାଟ ମଝିରେ ଏକ ଟମାଟୋ ବୋଝେଇ ଟ୍ରକ ସୋମବାର ମଧ୍ୟାହ୍ନରେ ହଠାତ୍‌ ଜଳିଯାଇଥିବା ଜଣାପଡିଛି । ଆନ୍ଧ୍ରପ୍ରଦେଶରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏହି ଟ୍ରକ (ନଂ.ଡବ୍ଲ୍ୟୁବି -୪୧-୦୫୧୦)ରେ ନିଆଁ ଲାଗିଯାଇଥିବା ଦେଖି ଲୋକେ ଡ୍ରାଇଭରଙ୍କୁ ଜଣାଇଥିଲେ । ଫଳରେ ଡ୍ରାଇଭର ଓ ହେଲପର ତୁରନ୍ତ ଗାଡିକୁ ଅଟକାଇ ସେଥିରୁ ବାହାରି ଆସିଥିଲେ। ଧୀରେ ଧୀରେ ନିଆଁର ପ୍ରକୋପ ବଢି ଟ୍ରକ ଜଳିବାକୁ ଲାଗିଥିଲା। ଏ ନେଇ ଲୋକେ ବସ୍ତା ଦମକଳ ବାହିନୀକୁ ଖବର ଦେଇଥିଲେ। ବସ୍ତା ଦମକଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଫଳରେ ଗାଡିରେ ଭର୍ତ୍ତି ଥିବା ବହୁ ବିଲାତି ପେଟି କ୍ଷତିରୁ ବଞ୍ଚି ଯାଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ସର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri