ଜଳିଗଲା ୧୦ ଏକର ଆଖୁ ଫସଲ

କାମାକ୍ଷାନଗର, ୧୩।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ହାଟୁଆରୀ ଗ୍ରାମ ନିକଟରେ ରବିବାର ଅପରାହ୍ନରେ ନିଆଁ ଲାଗି ୧୦ ଚାଷୀଙ୍କ ୧୦ ଏକର ଆଖୁ ଫସଲ ପୋଡ଼ିଯାଇଛି। ନିଆଁର ପ୍ରକୋପରେ ଅଗ୍ନିଶମ ଗାଡ଼ି ମଧ୍ୟ ବର୍ତ୍ତିନାହିଁ। ଖବର ଲେଖାଯିବା ସୁଦ୍ଧା ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତ କରାଯାଇପାରିନାହିଁ। ଫଳରେ ଅବଶିଷ୍ଟ ୩୦ ଏକର ଫସଲ ଉପରେ ବିପଦ ଘନେଇବାରେ ଲାଗିଛି।
ଜମିରେ ନିଆଁ ଲାଗିଥିବା ଦେଖି ଚାଷୀମାନେ କାମାକ୍ଷାନଗର ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ। ଘଟଣାସ୍ଥଳକୁ ଯାଇଥିବା ଅଗ୍ନିଶମ ବାହିନୀର ଗାଡ଼ି (ନଂ. ଓଡି ୩୩ ସି ୨୩୪୬) ଚକାରେ ନିଆଁ ଲାଗିଯାଇଥିଲା। ଫଳରେ ଜମିରେ ଲାଗିଥିବା ନିଆଁ ଲିଭାଇବାରେ ସମସ୍ୟା ଉପୁଜିଥିଲା। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ରଙ୍ଗମାଟିଆ ଗ୍ରାମ ପାର୍ଶ୍ୱରୁ କୌଣସି କାରଣରୁ ନିଆଁ ଲାଗି ଭୟଙ୍କର ରୂପ ନେଇଥିଲା। ଚାଷୀମାନେ ଏକର ପ୍ରତି ୨୦ ହଜାର ଟଙ୍କା ହିସାବରେ ଲକ୍ଷେରୁ ଦେଢ଼ ଲକ୍ଷ ଟଙ୍କା ଯାଏ ଋଣ କରିଥିଲେ। ଆଖୁ ଅମଳ ହୋଇଥିଲେ ଏହାକୁ ଶକ୍ତି ସୁଗାର୍ସକୁ ବିକ୍ରିକରି ଋଣ ପରିଶୋଧ କରିବାକୁ ଯୋଜନା କରିଥିଲେ। ହେଲେ ଫସଲ ନଷ୍ଟ ହୋଇଯିବାରୁ କ୍ଷତିଗ୍ରସ୍ତ ଚାଷୀ ସରୋଜ ପଣ୍ଡା, ଦୁଷ୍ମନ୍ତ ମହାନ୍ତି, ଶ୍ରୀକର ମଳିକ, ବସନ୍ତ ମଳିକ, ଗୋବିନ୍ଦ ମଳିକ, ଖଗେଶ୍ୱର ମଳିକ, ନାରାୟଣ ପଣ୍ଡା, ପ୍ରଭାକର ପଣ୍ଡା, ଫଗୁନାଥ ଖୁଣ୍ଟିଆ, କେଶବ ବିହାରୀ, କୈଳାସ ପଣ୍ଡା, ରମେଶ ମଳିକଙ୍କ ମୁଣ୍ଡରେ ଚଡ଼କ ପଡ଼ିଛି।
ଏ ନେଇ ଅଗ୍ନିଶମ କେନ୍ଦ୍ର ଅଧିକାରୀ ସରୋଜ ମହାପାତ୍ର କୁହନ୍ତି, ନିଆଁକୁ ଆୟତ୍ତକୁ ଆଣିବାକୁ ଉଦ୍ୟମ କରାଯାଉଛି। ପରିସ୍ଥିତି ନିୟନ୍ତ୍ରଣରେ ରହିଛି। ଗାଡ଼ି ଚକା ପୋଡ଼ିଯାଇଥିବାରୁ ସମସ୍ୟା ହୋଇଥିଲା। ଅନ୍ୟ ଏକ ଗାଡ଼ି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛି। ବରିଷ୍ଠ ଆଗ୍ନିକ ଅମରଜିତ ପ୍ରଧାନ, ଯୋଗେନ୍ଦ୍ର ସାହୁ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri