ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ପାଲଲହଡ଼ା, ୧୪ା୪(ଡି.ଏନ.ଏ.)- ପାଲଲହଡ଼ା ଉପଖଣ୍ଡ ମୁଖ୍ୟ ଡାକ୍ତରଖାନା ଛକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ନିକଟରେ ଥିବା ୩ ଦୋକାନରେ ସୋମବାର ବିଳମ୍ବିତ ରାତିରେ ନିଆଁ ଲାଗିଯାଇଛି । ଏଥିରେ  ପ୍ରକାଶ ସୋନକର ଓ ଗାୟତ୍ରୀ ସୋନକରଙ୍କ ଦୁଇଟି ଫଳ ଦୋକାନ ସହ ଶଙ୍କର ମେହେରଙ୍କ ଜୋତା ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି । ପ୍ରାୟ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ମଙ୍ଗଳବାର ସକାଳେ ବିଧାୟକ ମୁକେଶ କୁମାର ପାଲ ଏବଂ ବ୍ଲକ ଅଧ୍ୟକ୍ଷ ନବ କିଶୋର ନାୟକ ଘଟଣାସ୍ଥଳ ପରିଦର୍ଶନ କରି କ୍ଷତିଗ୍ରସ୍ତ ଦୋକାନୀଙ୍କୁ ୫ହଜାର ଟଙ୍କା ଲେଖାଏଁ ବ୍ୟକ୍ତିଗତ ଭାବେ ପ୍ରଦାନ କରିଥିଲେ। ଏଥିସହ ତୁରନ୍ତ ତଦନ୍ତ କରି ସରକାରୀ ସହାୟତା ପ୍ରଦାନ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଡା ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ବିଦ୍ୟୁତ୍ ସଂସ୍ପର୍ଶରେ ଆସି…

୧୭ ବର୍ଷରେ ୧୭ଶହରୁ ଅଧିକ ମଞ୍ଚରେ ଦଣ୍ଡନୃତ୍ୟ: ଚର୍ଚ୍ଚାରେ ଦେବେନ୍ଦ୍ର ନାଏକ

ଅମରପାଲି,୮ା୯(ପୀତାମ୍ବର ସାହୁ):ଦଣ୍ଡ ନୃତ୍ୟ, ଷୋଳ ସୁଆଙ୍ଗ ଓଡ଼ିଶାର ପ୍ରାଚୀନ ଲୋକକଳା ଓ ସଂସ୍କୃତିର ଏକ ଅନନ୍ୟ ପରିଚୟ। ଆଧୁନିକତାର ପ୍ରଭାବରେ ଏହି ପାରମ୍ପରିକ କଳା ଧୀରେ ଧୀରେ…

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri