ଜଳିଗଲା ୯ ବଖରା: ଖୋଲା ଆକାଶ ତଳେ ବିପନ୍ନ ପରିବାର

ସିଂହପୁର,୧୧।୧(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ତହସିଲ ଅନ୍ତର୍ଗତ ଜରି ଓ ବାଙ୍ଗରାରେ ଭୟାବହ ଅଗ୍ନିକାଣ୍ଡ ଘଟି ୯ ବଖରା ଜଳି ପାଉଁଶ ହୋଇଯାଇଛି। ବାଙ୍ଗରା ପଞ୍ଚାୟତ ବିଲସାହିରେ ଶନିବାର ସକାଳେ ଅଗ୍ନିକାଣ୍ଡରେ ସଖୀ ଜେନା, ଶିଶିର ଜେନା, ଅରୁଣ ଜେନା, ତ୍ରିଲୋଚନ ଜେନାଙ୍କ ୪ ବଖରା ସମେତ ସମସ୍ତ ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ଦମକଳ ବାହିନୀ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ନିଆଁକୁ ଆୟତ୍ତ କରିବା ପୂର୍ବରୁ ସମସ୍ତ ଜିନିଷ ଜଳିପୋଡ଼ି ଛାରଖାର ହୋଇଯାଇଥିଲା। ଖବର ପାଇ ବିଞ୍ଝାରପୁର ତହସିଲଦାର, ପଞ୍ଚାୟତ ସମିତି ଅଧ୍ୟକ୍ଷ ନନ୍ଦ କିଶୋର ସାମଲ, ସରପଞ୍ଚ ଆଶାଲତା ନାୟକ, ପୂର୍ବତନ ସରପଞ୍ଚ ଅକ୍ଷୟ ନାୟକ ପ୍ରମୁଖ ପହଞ୍ଚି ବିପନ୍ନ ପରିବାରକୁ ଭେଟିଥିଲେ। ଅଧ୍ୟକ୍ଷ ବିପନ୍ନ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପଞ୍ଚାୟତ ପକ୍ଷରୁ ପୋଷାକ ଓ ଦୁଇଦିନର ଖାଦ୍ୟ ବ୍ୟବସ୍ଥା କରାଯାଇଛି। ବିପନ୍ନ ପରିବାରକୁ ସମସ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।
ସେହିପରି ଜରି ପଞ୍ଚାୟତର ମାଳି ଦଣ୍ଡାସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଅନିମା ମଲିକ, ସୁରଥ ମଲିକ, ସଞ୍ଜୁଲତା ମଲିକ, ସଞ୍ଜୟ ମଲିକଙ୍କ ୫ ବଖରା ଘର ପୋଡ଼ି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଘରେ ଥିବା ଆସବାବପତ୍ର ଉଦ୍ଧାର ହୋଇ ପାରି ନ ଥିଲା। ଦମକଳ ବାହିନୀ ପହଞ୍ଚିବା ବେଳକୁ ସବୁ ଛାରଖାର ହୋଇଯାଇଥିଲା। ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ସରପଞ୍ଚ ସ୍ବପ୍ନା ମଞ୍ଜରୀ ଲେଙ୍କା, ସମିତି ସଭ୍ୟା ଭୁବନାନନ୍ଦ ସାମଲ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri