ଜଳ ଜୀବନ ମିଶନରେ ଲକ୍ଷ୍ୟ ପୂରଣ କରୁନି ଓଡ଼ିଶା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରେ ଜଳ ଜୀବନ ମିଶନ (ଜେଜେଏମ୍‌)ରେ ଆଶାନୁରୂପ ପ୍ରଗତି ହୋଇନାହିଁ। ୨୦୧୯-୨୦ରେ ମାତ୍ର ୨୭.୯୭% ଲକ୍ଷ୍ୟ ହାସଲ ହୋଇଛି। କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ୍‌ ଚିନ୍ତାପ୍ରକଟ କରିବା ସହିତ ଏ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ୨୦୧୯-୨୦ରେ ରାଜ୍ୟର ୧୫.୬୧ ଲକ୍ଷ ଘରକୁ ଟ୍ୟାପ୍‌ ଯୋଗେ ପିଇବା ପାଣି ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଥିବାବେଳେ ମାତ୍ର ୪.୩୭ ଲକ୍ଷ(୨୭.୯୭%)ଘରକୁ ଜଳ ଜୀବନ ମିଶନରେ ପାନୀୟ ଜଳ ଯୋଗାଇ ଦିଆଯାଇଛି। ଏହି ମିଶନ ଜରିଆରେ ୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସମସ୍ତ ଘରକୁ ଟ୍ୟାପ ଯୋଗେ ପାନୀୟ ଜଳ ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି। କେନ୍ଦ୍ର ସରକାର ଏହି ମିଶନରେ ଯୋଗାଇ ଦେଉଥିବା ପାଣ୍ଠିରୁ ବହୁତ କମ୍‌ ଉପଯୋଗ କରାଯାଇଛି। ଓଡ଼ିଶାକୁ ଏଥିପାଇଁ ୨୦୧୯-୨୦ରେ ୩୬୪.୭୪ କୋଟି ଟଙ୍କା ଯୋଗାଇ ଦିଆଯାଇଥିବା ବେଳେ ରାଜ୍ୟ ସରକାର ମାତ୍ର ୨୭୫.୦୨ କୋଟି ଟଙ୍କା ଖର୍ଚ୍ଚ କରିଥିବା କେନ୍ଦ୍ର ତାଙ୍କ ଚିଠିରେ ଦର୍ଶାଇଛନ୍ତି। ପାଣ୍ଠି ବିନିଯୋଗ କମ୍‌ ହୋଇଥିବାରୁ ଏହାର ଯୋଜନା ଓ କାର୍ଯ୍ୟକାରିତା ଉପରେ ସମୀକ୍ଷା କରି ପାଣ୍ଠି ବିନିଯୋଗକୁ ତ୍ୱରାନ୍ବିତ କରିବାକୁ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।
କେନ୍ଦ୍ରମନ୍ତ୍ରୀ ଶେଖାଓ୍ବତ୍‌ କହିଛନ୍ତି ଯେ, ଜଳ ମିଶନରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଓଡ଼ିଶା ଅନୁଦାନକୁ ୩୬୪.୭୪ କୋଟିରୁ ୮୧୨.୧୫ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ଗତବର୍ଷ ଖର୍ଚ୍ଚ ହୋଇ ପାରି ନ ଥିବା ୯୦ କୋଟି ଟଙ୍କାକୁ ମିଶାଇ ଚଳିତ ଆର୍ଥିକ ବର୍ଷରେ ମୋଟ ୮୧୨ କୋଟି ଟଙ୍କା ଅନୁମୋଦନ କରାଯାଇଛି। ରାଜ୍ୟ ସରକାରଙ୍କ ଅଂଶଧନକୁ ମିଶାଇ ମୋଟ ୧୮୦୫ କୋଟି ଟଙ୍କା ଜଳଜୀବନ ମିଶନରେ ଖର୍ଚ୍ଚ ହେବ ବୋଲି ଶେଖାଓ୍ବତ୍‌ କହିଛନ୍ତି। ରାଜ୍ୟର ୨୧,୫୧୬ ଗ୍ରାମକୁ ପାନୀୟ ଜଳ ଯୋଗାଇବାକୁ ଏକ ଦୃଢ଼ ଯୋଜନା କରିବାକୁ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଏହାଦ୍ୱାର ଗ୍ରାମାଞ୍ଚଳର ଗରିବ ଓ ମଧ୍ୟବିତ୍ତ ପରିବାର ଲୋକେ ଟ୍ୟାପ ଯୋଗେ ପାନୀୟ ଜଳ ପାଇପାରିବେ। ୨୦୨୦-୨୧ ଆର୍ଥିକ ବର୍ଷରେ ପଞ୍ଚଦଶ ଅର୍ଥ କମିଶନ ଗ୍ରାଣ୍ଟରୁ ପଞ୍ଚାୟତିରାଜ ଅନୁଷ୍ଠାନଗୁଡିକ ପାଇଁ ଓଡ଼ିଶାକୁ ୨,୨୫୮ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହି ଅର୍ଥରୁ ପାନୀୟ ଜଳ ଯୋଗାଣ ଓ ପରିମଳ ପାଇଁ ୫୦ ପ୍ରତିଶତ ଅର୍ଥ ଖର୍ଚ୍ଚ କରାଯିବାକୁ ବ୍ୟବସ୍ଥା ରହିଛି। ଏହାଛଡ଼ା ଗ୍ରାମାଞ୍ଚଳରେ ବର୍ଷା ଜଳ ସଂରକ୍ଷଣ, ପାନୀୟ ଜଳ ଯୋଗାଣ ଓ ବର୍ଜ୍ୟଜଳ ବିଶୋଧନ ଆଦି କାର୍ଯ୍ୟ ପାଇଁ ଉକ୍ତ ଅର୍ଥ ଖର୍ଚ୍ଚ କରାଯାଇ ପାରିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri