ଜଳ ସମସ୍ୟା ଦୂର ଲାଗି ଟୋଲ୍‌ ଫ୍ରି ନମ୍ବର

ଭୁବନେଶ୍ୱର, ୧୬ା୪(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଉଭୟ ଗ୍ରାମ ଏବଂ ସହରାଞ୍ଚଳରେ ଲୋକେ ଯେଭଳି ସୁରୁଖୁରୁରେ ପାନୀୟଜଳ ପାଇବେ ସେନେଇ ବୁଧବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପାନୀୟ ଜଳ ସମସ୍ୟା ସୃଷ୍ଟି ହେଲେ ଏହାକୁ ଦୂରକରିବା ପାଇଁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଦୁଇଟି ଟୋଲ୍‌ ଫ୍ରି ନମ୍ବର ଜାରି କରାଯାଇଛି। ସହରାଞ୍ଚଳରେ ପାନୀୟଜଳ ସମସ୍ୟା ଦେଖାଦେଲେ ଟୋଲ୍‌ ଫ୍ରି ନମ୍ବର ୧୮୦୦୩୪୫୬୭୮୩ରେ ଯୋଗାଯୋଗ କରିପାରିବେ। ସେହିଭଳି ଗ୍ରାମାଞ୍ଚାଳ ପାଇଁ ଟୋଲ୍‌ ଫ୍ରି ନମ୍ବର ୧୯୧୬ ରହିଛି। ଜଳ ଯୋଗାଣ ନେଇ କୌଣସି ଆବଶ୍ୟକତା ପଡ଼ିଲେ ଏହି ନମ୍ବରରେ ଲୋକେ ଫୋନ୍‌ କରିପାରିବେ। ଏହାସହ ଜଳ ଯୋଗାଣ ପାଇଁ କଣ୍ଟ୍ରୋଲ ରୁମ୍‌ ଖୋଲିଥିବାବେଳେ ପାନୀୟ ଜଳ ଯୋଗାଣରେ ଯେଭଳି କୌଣସି ସମସ୍ୟା ଦେଖା ନ ଦିଏ ସେଥିପାଇଁ ପଦକ୍ଷେପ ନେବାକୁ ବିଭାଗୀୟ ମନ୍ତ୍ରୀ ପ୍ରତାପ ଜେନା ନିର୍ଦ୍ଦେଶ ଦେଇଛନ୍ତି।
ପାନୀୟଜଳ ଯୋଗାଣ ନେଇ ମନ୍ତ୍ରୀ ଜେନା ସମୀକ୍ଷା କରିବା ସହିତ ବିଭାଗୀୟ ଅଧିକାରୀମାନଙ୍କୁ ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଗ୍ରୀଷ୍ମଋତୁରେ ଯେଭଳି ନିରବଚ୍ଛିନ୍ନ ଜଳ ଯୋଗାଣ ଜାରି ରହିବ ସେଥିପାଇଁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ। ଏପ୍ରିଲ ତୃତୀୟ ସପ୍ତାହ ସୁଦ୍ଧା ସମସ୍ତ ନଳକୂପର ମରାମତି ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୪ ଘଣ୍ଟା ଭିତରେ ଏଥିପାଇଁ ଆବଶ୍ୟକ ଆନୁଷଙ୍ଗିକ ଉପକରଣ ପ୍ରସ୍ତୁତ ଲାଗି କହିଛନ୍ତି। ସେହିଭଳି ପମ୍ପହାଉସ ଗୁଡ଼ିକରେ ଜେନେରେଟର ପ୍ରସ୍ତୁତ କରି ରଖାଯିବ। କୌଣସିଠାରେ ପାଣି ପାଇପରେ ଲିକ୍‌ ଦେଖାଦେଲେ ତାହାକୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି ପାଇଁ କୁହାଯାଇଛି। ସହରାଞ୍ଚଳରେ ଯୋଗାଯାଉଥିବା ଜଳକୁ ଠିକଣାଭାବେ ବିଶୋଧନ ସହ ଆବଶ୍ୟକସ୍ଥଳେ ଜଳଯୋଗାଣ ଲାଗି ଟ୍ୟାଙ୍କର ପ୍ରସ୍ତୁତ ରଖିବାକୁ କହିଛନ୍ତି। ସେହିଭଳି ପୌରସଂସ୍ଥାଗୁଡ଼ିକ ବିଭିନ୍ନ ସ୍ଥାନରେ ଖୋଲିଥିବା ଜଳଛତ୍ରକୁ ପାଣି ଯୋଗାଣ ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ, କଲେଜ, ଡାକ୍ତରଖାନା ଆଦି ପରିସରରେ ଥିବା ନଳକୂପଗୁଡ଼ିକୁ ଆବଶ୍ୟକ ଅନୁଯାୟୀ ମରାମତି କରାଯିବ। ପୌରାଞ୍ଚଳରେ ପୌର ଏବଂ ସ୍ବାସ୍ଥ୍ୟ ଅଧିକାରୀଙ୍କ ମଧ୍ୟରେ ସମନ୍ବୟ ରକ୍ଷାକରି ଜଳଯୋଗାଣ ବ୍ୟବସ୍ଥାକୁ ସୁଗମ କରିବାକୁ ମନ୍ତ୍ରୀ କହିଛନ୍ତି। କୌଣସି ଠାରେ ଜଳ ଯୋଗାଣରେ ସମସ୍ୟା ଦେଖାଦେଲେ ତୁରନ୍ତ ବିଭାଗୀୟ ଯନ୍ତ୍ରୀ ଓ ଆବଶ୍ୟକ ସ୍ଥଳେ ଜିଲାପାଳଙ୍କ ଦୃଷ୍ଟିକୁ ଆଣିବାକୁ କୁହାଯାଇଛି। କୌଣସିଠାରେ ନୂତନ ନଳକୂପ କିମ୍ବା ଅନ୍ୟ ଜଳଉତ୍ସର ଆବଶ୍ୟକ ସଂକ୍ରାନ୍ତରେ ଜିଲାପାଳମାନେ ଆନୁଷ୍ଠାନିକ ଭାବେ ପ୍ରସ୍ତାବ ଦେଲେ ତୁରନ୍ତ ସେଦିଗରେ ପଦକ୍ଷେପ ନେବାପାଇଁ କୁହାଯାଇଛି। ଦୁଇ ବିଭାଗ ପକ୍ଷରୁ ମନ୍ତ୍ରୀଙ୍କ ପରାମର୍ଶକ୍ରମେ ଜିଲାସ୍ତରରେ ସମ୍ପୃକ୍ତ ବିଭାଗୀୟ ପଦାଧିକାରୀମାନଙ୍କୁ ଏ ସଂକ୍ରାନ୍ତୀୟ ନିର୍ଦ୍ଦେଶନାମା ପଠାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri